ଉଦ୍ଧାର ହେଲା ଚୋରି ବାଇକ୍‌, ୨ ଅଭିଯୁକ୍ତ ଗିରଫ

ଅତାବିରା/ସରଣ୍ଡା,୧୩ା୨(ହୃଷୀକେଶ ଖମାରୀ/ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରୁ ମଙ୍ଗଳବାର ଚୋରି ହୋଇଥିବା ବାଇକ୍‌(ନଂ-ଓଡି ୧୭ ଏସ୍‌ ୧୫୭୯)କୁ ପୋଲିସ ଜବତ କରିଛି। ଏହା ସହିତ ଏହି ଚୋରି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ଭେଡ଼େନ ଥାନା ସଂକ୍ରୀଡ଼ା ଗ୍ରାମର ପ୍ରବୀଣ ତାଣ୍ଡିଆ(୧୯) ଏବଂ ଲୋଇସିରା ଗ୍ରାମର କାହ୍ନା ବଣ୍ଡକି(୨୪)। ଗିରଫ ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି। ଏ ନେଇ ଅତାବିରା ଥାନାରେ କେସ୍‌ ନଂ ୪୬/୨୫ ରୁଜୁ ହୋଇଛି।

ସୂଚନାଥାଉକି, ମଙ୍ଗଳବାର ଅତାବିରା ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରେ ଖଲିଆପାଲି ଗ୍ରାମର ପୀୟୁଷ ଦେବତା(୨୪)ଙ୍କ ଉକ୍ତ ବାଇକ୍‌ ଚୋରି ହୋଇଯାଇଥିଲା। ଏ ନେଇ ସେ ଅତାବିରା ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri