ଚୋରା ବାଇକ୍‌ ଚାଲାଣକାରୀ ଗିରଫ

ମାଲକାନଗିରି,୨୭।୬(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ପୋଲିସ ଦ୍ୱାରା ଏକ ବଡ ସଫଳତା ମିଳିଛିା ୯ଟି ଚୋରା ବାଇକ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଜଣେ ଚୋର ଓ ଦୁଇଜଣ ବାଇକ କ୍ରେତାଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଛିା ଆଜି ମାଲକାନଗିରି ଏସ୍‌.ପି. ନିତିଶ୍‌ ବାଧ୍ୱାନୀଥ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି ଯେ, ଗତ ୨୫ ତାରିଖ ଦିନ କାଲିମେଳା ଥାନା ରାସବେଡା ଗ୍ରାମର ମହାଦେବ ଖିଲ ନାମକ ଜଣେ ବ୍ୟକ୍ତି କାଲିମେଳା ଥାନାରେ ତାଙ୍କ ବାଇକ ଚୋରି ହୋଇଥିବା ଅଭିଯୋଗ କରିଥିଲୋ ତାଙ୍କ ଅଭିଯୋଗକୁ ଭିତ୍ତିି କରି କାଲିମେଳା ପୋଲିସ ତଦନ୍ତ କରୁଥିବା ସମୟରେ କାଲିମେଳା ଏମ୍‌.ଭି. ୬୬ ଗ୍ରାମ ନିକଟରେ ଜଣେ ବ୍ୟକ୍ତି ବାଇକ୍‌ରେ ଆସୁଥିବା ଦେଖି ତାକୁ ଅଟକାଇ ଯାଞ୍ଚ କରିବା ସମୟରେ ଏହି ବାଇକଟି ଚୋରା ବାଇକ୍‌ ବୋଲି ଜାଣିବାକୁ ପାଇଥିଲୋ ପରେ ଉକ୍ତ କ୍ୟକ୍ତିଙ୍କୁ ଗିରଫ କରି ପଚରା ଉଚୁରା କରିବାରୁ ସେ ଓଡିଶା ସହ ଆନ୍ଧ୍ରପ୍ରଦେଶରେ ମଧ୍ୟ କିଛି ବାଇକ ଚୋରି କରିଥିବା ସ୍ବୀକାର
କରିଥିଲୋ ଏଥିସହ ଏହି ବାଇକ ଗୁଡିକ କାଲିମେଳା ଥାନା ଅନ୍ତର୍ଗତ ଦାତୁନଗୁଡା ଗ୍ରାମର ଅର୍ଜୁନ ହନ୍ତାଳ ଓ କୁର୍ମାନୁର ଗ୍ରାମର ଦିପକ ମଣ୍ଡଳଙ୍କୁ ବିକ୍ରି କରୁଥିବା ପ୍ରକାଶ କରିଥିଲୋ ତାଙ୍କ ବୟାନକୁ ଆଧାର କରି ପୋଲିସ ଦିପକ ମଣ୍ଡଳ ଓ ଅର୍ଜୁନ ହନ୍ତାଳଙ୍କ ସହ ନେପାଳ କାଠମାଣ୍ଡୁ ଜିଲା ଲଳିତପୁର ଗ୍ରାମର ଗୋର୍କା ଜାନୁଙ୍କୁ ଗିରଫ କରି କାଲିମେଳା ଥାନା କେଶ୍‌ ନଂ. ୧୪୯/୨୩ରେ କୋର୍ଟ ଚାଲାଣ କରଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri