ହକି ତାରକା ପ୍ରବୋଧଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ହକି ପଦକ ବି ଛାଡ଼ିଲେନି…

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜାତୀୟ ହକି ତାରକାଙ୍କ ସରକାରୀ କ୍ୱାର୍ଟର୍ସରେ କଳାକନା ବୁଲାଇଲେ ଦୁର୍ବୃତ୍ତ। ଭୁବନେଶ୍ୱରର ୟୁନିଟ-୬ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ରହୁଥିବା ପ୍ରବୋଧ ତିର୍କୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଜଣାପଡ଼ିଛି।

ଦୁର୍ବୃତ୍ତମାନେ କ୍ୱାର୍ଟର୍ସରେ ଥିବା ପ୍ରବୋଧଙ୍କ ଟିଭି, କମ୍ପ୍ୟୁଟର, ପଦକ ଏବଂ ଅଳଙ୍କାର ଆଦି ଲୁଟି ନେଇଛନ୍ତି। ଏ ସମ୍ପର୍କରେ ଜାଣିବା ପରେ ସେ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି। କମିଶନରେଟ ପୋଲିସ ବିଭିନ୍ନ ଦିଗରୁ ଘଟଣାର ତଦନ୍ତ ଚଳାଇଥିବା ବେଳେ ଏଯାବତ ଅଭିଯୁକ୍ତଙ୍କ ବିଷୟରେ ସୁରାକ ପାଇନାହିଁ।

ସୂଚନାନୁଯାୟୀ, ଉକ୍ତ କ୍ୱାର୍ଟର୍ସରେ ପ୍ରବୋଧ ପରିବାରଲୋକଙ୍କ ସହ ରହୁଥିଲେ। ହେଲେ ଏବେ ବିଶ୍ୱ କପ୍‌ ହକି ଚାଲିଥିବାରୁ ପ୍ରବୋଧ ରାଉରକେଲାରେ ଅଛନ୍ତି। ତାଙ୍କ ପରିବାରଲୋକେ ମଧ୍ୟ ଗାଁକୁ ପଳାଇ ଯାଇଛନ୍ତି। ଏଣୁ କ୍ୱାର୍ଟର୍ସରେ କେହି ରହୁ ନ ଥିଲେ। ଏହାର ସୁଯୋଗ ନେଇ ଲୁଟେରା ଏଭଳି କାଣ୍ଡ ଘଟାଇଛନ୍ତି।

ଗୋଟିଏ ପଟେ ରାଜଧାନୀରେ ହକି ମହାକୁମ୍ଭକୁ ନେଇ ବ୍ୟାପକ ପୋଲିସ ମୁତୟନ ହୋଇଛି। ହେଲେ କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତମାନେ କଳାକନା ବୁଲାଇବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri