ହକି ତାରକା ପ୍ରବୋଧଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ହକି ପଦକ ବି ଛାଡ଼ିଲେନି…

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜାତୀୟ ହକି ତାରକାଙ୍କ ସରକାରୀ କ୍ୱାର୍ଟର୍ସରେ କଳାକନା ବୁଲାଇଲେ ଦୁର୍ବୃତ୍ତ। ଭୁବନେଶ୍ୱରର ୟୁନିଟ-୬ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ରହୁଥିବା ପ୍ରବୋଧ ତିର୍କୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଜଣାପଡ଼ିଛି।

ଦୁର୍ବୃତ୍ତମାନେ କ୍ୱାର୍ଟର୍ସରେ ଥିବା ପ୍ରବୋଧଙ୍କ ଟିଭି, କମ୍ପ୍ୟୁଟର, ପଦକ ଏବଂ ଅଳଙ୍କାର ଆଦି ଲୁଟି ନେଇଛନ୍ତି। ଏ ସମ୍ପର୍କରେ ଜାଣିବା ପରେ ସେ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି। କମିଶନରେଟ ପୋଲିସ ବିଭିନ୍ନ ଦିଗରୁ ଘଟଣାର ତଦନ୍ତ ଚଳାଇଥିବା ବେଳେ ଏଯାବତ ଅଭିଯୁକ୍ତଙ୍କ ବିଷୟରେ ସୁରାକ ପାଇନାହିଁ।

ସୂଚନାନୁଯାୟୀ, ଉକ୍ତ କ୍ୱାର୍ଟର୍ସରେ ପ୍ରବୋଧ ପରିବାରଲୋକଙ୍କ ସହ ରହୁଥିଲେ। ହେଲେ ଏବେ ବିଶ୍ୱ କପ୍‌ ହକି ଚାଲିଥିବାରୁ ପ୍ରବୋଧ ରାଉରକେଲାରେ ଅଛନ୍ତି। ତାଙ୍କ ପରିବାରଲୋକେ ମଧ୍ୟ ଗାଁକୁ ପଳାଇ ଯାଇଛନ୍ତି। ଏଣୁ କ୍ୱାର୍ଟର୍ସରେ କେହି ରହୁ ନ ଥିଲେ। ଏହାର ସୁଯୋଗ ନେଇ ଲୁଟେରା ଏଭଳି କାଣ୍ଡ ଘଟାଇଛନ୍ତି।

ଗୋଟିଏ ପଟେ ରାଜଧାନୀରେ ହକି ମହାକୁମ୍ଭକୁ ନେଇ ବ୍ୟାପକ ପୋଲିସ ମୁତୟନ ହୋଇଛି। ହେଲେ କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତମାନେ କଳାକନା ବୁଲାଇବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri