ଚୋରି ଯାଇଥିବା ସାଢ଼େ ୬ କେଜି ସୁନା ଗହଣା ଜବତ, ୧୫ ଗିରଫ

ଛତ୍ରପୁର,୧୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ସୁନା ବ୍ୟବସାୟୀ ସୁରେନ୍ଦ୍ର କୁମାର ନାୟକଙ୍କ ଘରୁ ଅକ୍ଟୋବର ୧୨ ବିଳମ୍ବିତ ରାତିରେ ସୁନା ଚୋରି ହୋଇଥିଲା। ତେବେ ବୁଧବାର ଏହି ଘଟଣାରେ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ମାମଲାରେ ସମ୍ପୃକ୍ତ ୧୫ ଜଣକୁ ଗିରଫ କରାଯାଇଛି। ସେଥିମଧ୍ୟରେ ୧୦ ଜଣ ଚୋର ଓ ୫ ଜଣ ଚୋରି ହୋଇଥିବା ସୁନା କିଣିବା ବ୍ୟକ୍ତି ଅଛନ୍ତି। ସେମାନଙ୍କ ନିକଟରୁ ୬ କେଜି ୫୦୧ ଗ୍ରାମ ସୁନା, ନଗଦ ୪ ଲକ୍ଷ ୪୪ ହଜାର ୫୦୦ ଟଙ୍କା ଜବତ କରାଯାଇଛି। ଗିରଫମାନେ ହେଲେ ପୁରୁଷୋତ୍ତମପୁରର କାଳିଆ ଓରଫ ଘନଶ୍ୟାମ ବେହେରା, କାଳିଆ ଦାସ, ବାଘା ଓରଫ ତ୍ରିନାଥ ବେହେରା, କାନହୁ ଚରଣ ପଟ୍ଟନାୟକ, ଶଙ୍କର ବେହେରା, ସରାଜ୍ୟ ଦାସ, କବିସୂର୍ଯ୍ୟନଗର ଥାନା ଅଂଚଳ ର ପିଣ୍ଟୁ ନାହାକ, ବୁଲୁ ନାହାକ,ସନ୍ୟାସୀ ନାହାକ, ଅମିତ ବେହେରା, ପୁରୁଷୋତ୍ତମପୁରର ଡି. ଦିପୁ ଆଚାର୍ଯ୍ୟ, ସନ୍ତୋଷ ଆଚାର୍ଯ୍ୟ, ମିଥୁନ ବେହେରା, ବ୍ରହ୍ମପୁରର ବି. ବୀରଭଦ୍ର ରାଓ, ନନ୍ଦ କିଶୋର ଭଗତ ରହିଛନ୍ତି।
ଅକ୍ଟୋବରରେ ସୁରେନ୍ଦ୍ରଙ୍କ ଛାତ କବାଟ ଭାଙ୍ଗି ଘରେ ପଶି ସୁନା ଚୋରି କରିଥିଲେ ଅଭିଯୁକ୍ତମାନେ। ଏସମ୍ପର୍କରେ ଛତ୍ରପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଡିଆଇଜି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ଅତରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଡିଏସ୍‌ପି ଉତ୍କଳ କେଶରୀ ଦାସ ଓ ଅଜୟ ମିଶ୍ର, ଏସ୍‌ଡିପିଓ ସୀମା ସ୍ବାଇଁ ଏବଂ ପୁରୁଷୋତ୍ତମପୁର ଥାନା ଆଇଆଇସି ଜଗନ୍ନାଥ ମଲିକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri