ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ହେଲେ ସାନ ଆର୍ଯ୍ୟପଲ୍ଲୀ ଗ୍ରାମର ୧୯ ବର୍ଷୀୟ ଏନ୍. ନରସିଂହ।

ଛତ୍ରପୁର ଉପଖଣ୍ଡ ପୋଲିସ ଅଧିକାରୀ (ଏସଡିପିଓ) ଚନ୍ଦନ ଘଡ଼େଇ ସୂଚନା ଦେଇଛନ୍ତି ଯେ, ଗତ ୨୨ ତାରିଖ ଅପରାହ୍ନରେ ସାମୁଦ୍ରିକ ଥାନା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ନମ୍ବରବିହୀନ ବୁଲେଟ୍ ମୋଟରସାଇକେଲକୁ ଅଟକାଇଥିଲେ। ଗାଡ଼ିର କାଗଜପତ୍ର ଯାଞ୍ଚ କରିବାକୁ କହିବାରୁ ଯୁବକ ତାହା ଦେଖାଇପାରି ନ ଥିଲେ। ଏଥିରେ ସନ୍ଦେହ ସୃଷ୍ଟି ହେବାରୁ ପୋଲିସ ତାଙ୍କୁ ଅଟକ ରଖି ପଚରାଉଚରା କରିଥିଲା।

ଜେରା ବେଳେ ଯୁବକ ଜଣକ ଆନ୍ଧ୍ର ପ୍ରଦେଶରୁ ମୋଟରସାଇକେଲ ଚୋରି କରି ଆଣିଥିବା କଥା ସ୍ୱୀକାର କରିଥିବା ନେଇ ଥାନା ଅଧିକାରୀଣୀ ଦିବ୍ୟା ଭାରତୀ ସୂଚନା ଦେଇଛନ୍ତି।

ଅଧିକ ପଚରାଉଚରା ପରେ ପୋଲିସ ନରସିଂହଙ୍କ ଘରୁ ଦୁଇଟି ଚୋରା ମୋଟରସାଇକେଲ ଜବତ କରିଥିଲା। ସେହିପରି ଅନ୍ୟ ତିନୋଟି ମୋଟରସାଇକେଲକୁ ସେ ବିଭିନ୍ନ ବ୍ୟକ୍ତିଙ୍କ ପାଖରେ ବନ୍ଧକ ରଖି, ଆର୍ଥିକ ଅସୁବିଧାର ଦୋହାଇ ଦେଇ ଟଙ୍କା ନେଉଥିଲେ ଏବଂ ପରେ ଫେରାଇ ନେବେ ବୋଲି ପ୍ରତିଶ୍ରୁତି ଦେଉଥିଲେ। ପୋଲିସ ସମସ୍ତ ୫ଟି ମୋଟରସାଇକେଲକୁ ଜବତ କରିଛି।

ଏନେଇ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନାରେ କେସ୍ ନଂ. ୬୩/୨୦୨୬ ରେ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ନରସିଂହଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ଏହି ଘଟଣାରେ ଆହୁରି ଦୁଇଜଣଙ୍କ ସମ୍ପୃକ୍ତି ଥିବା ନେଇ ପୋଲିସ ସନ୍ଦେହ କରୁଛି। ମାମଲାର ଅଧିକ ତଦନ୍ତ ଜାରି ରହିଛି ଏବଂ ତଦନ୍ତ ପରେ ଆହୁରି ସୂଚନା ସାମ୍ନାକୁ ଆସିବ ବୋଲି ଏସଡିପିଓ ଚନ୍ଦନ ଘଡ଼େଇ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri