ଭଗବାନ୍‌ଙ୍କୁ ବି ଛାଡ଼ିଲେନି: ହୁଣ୍ଡି ଭାଙ୍ଗି ନେଇଗଲେ…

ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡିଠାରେ ଥିବା ଶିବ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ଦାରିଙ୍ଗବାଡି ଥାନା ଅଧିକାରୀ ତଥା ଡିଏସପି କନକ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଏସଆଇ ଜୟନ୍ତ କୁମାର ସେଠି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ପ୍ରକାଶ ଯେ, ପ୍ରତିଦିନ ଭଳି ପୂଜାରୀ ସନ୍ଧ୍ୟା ଆଳତୀ ପରେ ମନ୍ଦିର ତାଲା ପକାଇ ଘରକୁ ଯାଇଥିଲେ। ରବିବାର ଭୋରରେ ପୁଣି ମନ୍ଦିରକୁ ଆସିବା ପରେ ସେ ଦେଖିଲେ ମନ୍ଦିର ଫାଟକ ତାଲା ଭଙ୍ଗାଯାଇଛି। ଭିତରେ ପଶି ଦେଖିଲା ବେଳେ ମନ୍ଦିର ଭିତରେ ଥିବା ହୁଣ୍ଡିକୁ ତଡାଯାଇ ଲୁଟ ହୋଇଛି। ପୂଜାରୀ ଏ ନେଇ ଗାଁ ଲୋକ ଏବଂ ଶିବ ମନ୍ଦିର ପରିଚାଳନା କମିଟିକୁ ଜଣାଇଥିଲେ। ଖବର ପାଇ କମିଟିର ସଭାପତି ଅଜିତ କୁମାର ସାହୁ ଥାନାକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତ ୨ ବର୍ଷ ହେଲା ଉକ୍ତ ହୁଣ୍ଡିକୁ ଖୋଳାଯାଇ ନ ଥିବାରୁ ଲକ୍ଷାଧିକ ଟଙ୍କା, ସୁନା, ରୁପା ଥାଇ ପାରେ ବୋଲି ସଭାପତି ସାହୁ କହିଛନ୍ତି। ପାର୍ବଣ ପୂର୍ବରୁ ଅଞ୍ଚଳରେ ଚୋରି ବୃଦ୍ଧିକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ, ଜାଣନ୍ତୁ ଭାରତର ଏହି ଖେଳାଳି ଶୀର୍ଷରେ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?