ଚୋରି ଅଳଙ୍କାର ଜବତ, ୫ ଗିରଫ

ଗୋପାଳପୁର,୨୮ା୧(ଡି.ଏନ.ଏ.): ଗତ ମାସରେ ଘରେ ପଶି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଓ ଲକ୍ଷାଧିକ ଟଙ୍କା ଚୋରି କରିବା ଘଟଣାରେ ଗୋଳନ୍ଥରା ପୋଲିସ ଚୋରି ସୁନା କ୍ରେତା ସମେତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବଡ ବଜ଼ାର ଥାନା ଅନ୍ତର୍ଗତ ସୁକୁଣ୍ଡା ଗ୍ରାମର କେ ରାଜେଶ, ପାଟପୁର ଥାନା ଅନ୍ତର୍ଗତ ଡେଙ୍ଗାଳିଆ ଗ୍ରାମ ଜିତୁ ପାତ୍ର, ଭୁବେନେଶ୍ୱର ନୀଳାଦ୍ରି ବିହାର ଅଞ୍ଚଳର ସୁଜାନ ପ୍ରଧାନ, ଦିଗପହଣ୍ଡି ଥାନା ଅନ୍ତର୍ଗତ କଇଠଖଣ୍ଡି ଗ୍ରାମର ମିଥୁନ ନାୟକ ଓ କ୍ରେତା ଆସ୍କା ଅଞ୍ଚଳର ଏ ବାବୁ ଆଚାରୀ। ଏମାନଙ୍କ ଠାରୁ ଚୋରି ହୋଇଥିବା ସୁନା ଅଳଙ୍କାର ଜବତ ହୋଇଥିବା ନେଇ ପୋଲିସ ପ୍ରେସ ରିଲିଜରେ ସୂଚନା ଦେଇଛି।
ସୂଚନାନୁସାରେ, ଗୋଳନ୍ଥରା ଗାଁ ତଳସାହିରେ ଡିସେମ୍ବର ୨୨ ରାତିରେ କାଳୁ ପ୍ରଧାନଙ୍କ ଘରେ ବାରି କବାଟ ତାଡି ଘରେ ପଶି ଦୁର୍ବୁତ୍ତମାନେ ନଗଦ ୧୦ଲକ୍ଷ ଟଙ୍କା ସହ ୨୦ତୋଳା ସୁନା ଓ ରୁପା ଅଳଙ୍କାର ଲୁଟି ନେଇଥିବା ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ଅଭିଯୁକ୍ତ ମାନଙ୍କୁ ଧରିବା ପାଇଁ ଥାନାଧିକାରୀ ବିବେକାନନ୍ଦ ମହନ୍ତଙ୍କ ନେତୃତ୍ୱରେ ଏକ ଟିମ ଗଠନ ହୋଇଥିଲା। ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରି ପଚରାଉଚରା କରିଥିଲା। କିଛି ଚୋରି ସୁନା ଅଳଙ୍କାର ଆସିକାର ବାବୁ ଆଚାରୀଙ୍କୁ ବିକ୍ରି କରିଥିବା ସହ ଅନ୍ୟ ସୁନା ଅଳଙ୍କାର ତରଳେଇ ବାହାର ରାଜ୍ୟରେ ବିକ୍ରି କରିଥିବା ନେଇ ପୋଲିସ ନିକଟରେ ପ୍ରକାଶ କରିଥିଲେ। ପରେ ପୋଲିସ ବାବୁ ଘରେ ଚଢ଼ାଉ କରି ତାଙ୍କ ଠାରୁ ୧୬୨ ଗ୍ରାମ ସୁନା ଅଳଙ୍କାର ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri