କବାଡ଼ି ଖାନାରେ ଛତ୍ରପତି ଶିବାଜୀ ମହାରାଜଙ୍କ ଚୋରି ହୋଇଥିବା ପ୍ରତିମୂର୍ତ୍ତ…

ଓ୍ବାଶିଂଟନ,୧୪।୨ : କାଲିଫର୍ଣ୍ଣିଆର ସୈନ ଜୋସର ଏକ ପାର୍କରୁ ଚୋରି ହୋଇଥିବା ଛତ୍ରପତି ଶିବାଜୀ ମହାରାଜଙ୍କ ଏକ ପ୍ରତିମୂର୍ତ୍ତି କବାଡ଼ି ଖାନାରେ ଦେଖିବାକୁ ମିଳିଛି। ରିପୋର୍ଟରେ ଏହି ସୂଚନା ଦିଆଯାଇଛି। ଏହା ମଧ୍ୟ କୁହାଯାଇଛି ଯେ ଯେଉଁ କବାଡ଼ି ଖାନାରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ମିଳିଛି ତାହା ବେଆଇନ କାର୍ଯ୍ୟକଳାପ ପାଇଁ ଜଣାଶୁଣା। ଏହା ଉତ୍ତର ଆମେରିକାରେ ମରାଠା ଶାସକଙ୍କ ଏକମାତ୍ର ପ୍ରତିମୂର୍ତ୍ତି ଥିଲା।

ମିଡିଆ ରିପୋର୍ଟରେ କୁହାଯାଇଛି ଯେ ଏହି ପ୍ରତିମୂର୍ତ୍ତି ଫେବୃଆରୀ ୯ ରେ ଏକ କବାଡ଼ି ଖାନାରୁ ମିଳିଥିଲା। ବେଆଇନ କାର୍ଯ୍ୟକଳାପ ପାଇଁ ଏହି କବାଡ଼ି ଖାନା ଅନେକ ଥର ଖବରରେ ରହି ଆସିଛି। ଛତ୍ରପତି ଶିବାଜୀ ମହାରାଜଙ୍କ ଏହି ପ୍ରତିମୂର୍ତ୍ତି ପ୍ରାୟ ୨୦୦ କିଲୋଗ୍ରାମ ଓଜନର ଅଟେ। ଏହି ପ୍ରତିମୂର୍ତ୍ତିକୁ ୧୯୯୯ ମସିହାରେ ଭାରତୀୟ ପୁଣେ ସହରରୁ ଉପହାର ସ୍ବରୂପ ସେନ ଜୋସଙ୍କୁ ଦିଆଯାଇଥିଲା।

ଜାନୁଆରୀ ୩୧ ରେ ଗୁଆଡାଲୁପି ନଦୀ ପାର୍କରୁ ଏହା ଚୋରି ହୋଇଥିବା ଜଣାପଡିଛି। ଚୋରମାନେ ମୂର୍ତ୍ତିର ଘୋଡ଼ାର ଖୁରାକୁ ହ୍ୟାକ କରିଥିଲେ। ଖବର ଅନୁଯାୟୀ ପୋଲିସ ଏକ କବାଡ଼ି ଖାନାରୁ ଏହି ପ୍ରତିମୂର୍ତ୍ତି ଉଦ୍ଧାର କରିଛି। ପୋଲିସ ଏହି ଘଟଣାରେ ଜଙ୍କିଆର କର୍ମଚାରୀଙ୍କୁ ପଚରାଉଚରା କରିଥିଲା। ତେବେ ଏପର୍ଯ୍ୟନ୍ତ କୌଣସି ଗିରଫଦାରୀ ହୋଇନାହିଁ।

ଚୋରି ପରେ ପ୍ରଶାସନ ପକ୍ଷରbୁ ଏକ ଟୁଇଟରେ କୁହାଯାଇଛି ଯେ ଏହି ଚୋରିକୁ ନେଇ ଆମେ ବେଶ୍‌ ଦୁଃଖିତ। ସମାଧାନ ଖୋଜିବା ପାଇଁ ଆମେ ସ୍ଥାନୀୟ ନେତାଙ୍କ ସହ କାର୍ଯ୍ୟ କରୁଛୁ ଏବଂ ଶୀଘ୍ର ଏକ ପରବର୍ତ୍ତୀ ସୂଚନା ପ୍ରଦାନ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri