ରଙ୍ଗମିସ୍ତ୍ରୀଙ୍କ ପାଇଁ ମିଳିଲା ଚୋରି ମୂର୍ତ୍ତି

ସୋନପୁର,୩l୯(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସୋନପୁର ଥାନା ନିକଟସ୍ଥ ପଞ୍ଚରଥ ମନ୍ଦିରରୁ ଶନିବାର ରାତିରେ ମୂର୍ତ୍ତି ଚୋରି ହୋଇଥିଲା। ମନ୍ଦିର ପୂଜକ ରବିବାର ଏହି ସମ୍ପର୍କରେ ସୋନପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୨୦୦/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ତେବେ କିରନ ଚରଣ ଦାଶ ନାମକ ଜଣେ ରଙ୍ଗମିସ୍ତ୍ରୀଙ୍କ ପାଇଁ ଚୋରି ହୋଇଥିବା ମୂର୍ତ୍ତି ଉଦ୍ଧାର ହୋଇପାରିଛିି। ସୋନପୁର-ବଲାଙ୍ଗୀର ରାସ୍ତାର ଝିଙ୍କି ଟିକ୍ରା ନିକଟରେ ରଙ୍ଗ ମିସ୍ତ୍ରୀ କିରନ ରଙ୍ଗ କାମ କରୁଥିଲେ। ଏହି ସମୟରେ ଜଣେ ଅଚିହ୍ନା ଯୁବକ ତାଙ୍କ ନିକଟକୁ ଆସି କିଛି ସାମଗ୍ରୀ ବିକ୍ରି କରିବାକୁ ଚାହିଁଥିଲା। ରଙ୍ଗ ମିସ୍ତ୍ରୀ କିରନ କି ସାମଗ୍ରୀ ବୋଲି ପଚାରିବାରୁ ଯୁବକ ଜଣକ ଗୋଟିଏ ବ୍ୟାଗରୁ କିଛି ଧାତୁ ମୂର୍ତ୍ତି ଦେଖାଇଥିଲା। ଏହା ଚୋରୀ ସାମଗ୍ରୀ ବୋଲି ସନ୍ଦେହ କରିବା ସହ ସମ୍ପୃକ୍ତ ଯୁବକକୁ କିରନ ଧରି ପକାଇଥିଲେ। ହେଲେ ଯୁବକ ଜଣକ ଚତୁରତାର ସହ ବ୍ୟାଗ ଛାଡି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ବ୍ୟାଗରୁ ଶିବ, ପାର୍ବତୀ, ବିଷ୍ଣୁ ଓ ଗଣେଶଙ୍କ ମୂର୍ତ୍ତି ସହ ଏକ କଳସ ଏବଂ ଘଣ୍ଟି ମିଳିଥିଲା। ଏହି ମୂର୍ତ୍ତି ପଞ୍ଚରଥ ମନ୍ଦିରରୁ ରାତିରେ ଚୋରି ହୋଇଥିବା ଜାଣିବା ପରେ କିରନ ସେଗୁଡିକୁ ସୋନପୁର ଥାନା ଜିମା ଦେଇଛନ୍ତି। ଉଦ୍ଧାର ମୂର୍ତ୍ତି ପଞ୍ଚରଥ ମନ୍ଦିରରୁ ଚୋରି ହୋଇଥିବା ସୋନପୁର ଆଇଆଇସି ପଦ୍ମାସିନି ମେହେର କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri