ରଙ୍ଗମିସ୍ତ୍ରୀଙ୍କ ପାଇଁ ମିଳିଲା ଚୋରି ମୂର୍ତ୍ତି

ସୋନପୁର,୩l୯(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସୋନପୁର ଥାନା ନିକଟସ୍ଥ ପଞ୍ଚରଥ ମନ୍ଦିରରୁ ଶନିବାର ରାତିରେ ମୂର୍ତ୍ତି ଚୋରି ହୋଇଥିଲା। ମନ୍ଦିର ପୂଜକ ରବିବାର ଏହି ସମ୍ପର୍କରେ ସୋନପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୨୦୦/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ତେବେ କିରନ ଚରଣ ଦାଶ ନାମକ ଜଣେ ରଙ୍ଗମିସ୍ତ୍ରୀଙ୍କ ପାଇଁ ଚୋରି ହୋଇଥିବା ମୂର୍ତ୍ତି ଉଦ୍ଧାର ହୋଇପାରିଛିି। ସୋନପୁର-ବଲାଙ୍ଗୀର ରାସ୍ତାର ଝିଙ୍କି ଟିକ୍ରା ନିକଟରେ ରଙ୍ଗ ମିସ୍ତ୍ରୀ କିରନ ରଙ୍ଗ କାମ କରୁଥିଲେ। ଏହି ସମୟରେ ଜଣେ ଅଚିହ୍ନା ଯୁବକ ତାଙ୍କ ନିକଟକୁ ଆସି କିଛି ସାମଗ୍ରୀ ବିକ୍ରି କରିବାକୁ ଚାହିଁଥିଲା। ରଙ୍ଗ ମିସ୍ତ୍ରୀ କିରନ କି ସାମଗ୍ରୀ ବୋଲି ପଚାରିବାରୁ ଯୁବକ ଜଣକ ଗୋଟିଏ ବ୍ୟାଗରୁ କିଛି ଧାତୁ ମୂର୍ତ୍ତି ଦେଖାଇଥିଲା। ଏହା ଚୋରୀ ସାମଗ୍ରୀ ବୋଲି ସନ୍ଦେହ କରିବା ସହ ସମ୍ପୃକ୍ତ ଯୁବକକୁ କିରନ ଧରି ପକାଇଥିଲେ। ହେଲେ ଯୁବକ ଜଣକ ଚତୁରତାର ସହ ବ୍ୟାଗ ଛାଡି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ବ୍ୟାଗରୁ ଶିବ, ପାର୍ବତୀ, ବିଷ୍ଣୁ ଓ ଗଣେଶଙ୍କ ମୂର୍ତ୍ତି ସହ ଏକ କଳସ ଏବଂ ଘଣ୍ଟି ମିଳିଥିଲା। ଏହି ମୂର୍ତ୍ତି ପଞ୍ଚରଥ ମନ୍ଦିରରୁ ରାତିରେ ଚୋରି ହୋଇଥିବା ଜାଣିବା ପରେ କିରନ ସେଗୁଡିକୁ ସୋନପୁର ଥାନା ଜିମା ଦେଇଛନ୍ତି। ଉଦ୍ଧାର ମୂର୍ତ୍ତି ପଞ୍ଚରଥ ମନ୍ଦିରରୁ ଚୋରି ହୋଇଥିବା ସୋନପୁର ଆଇଆଇସି ପଦ୍ମାସିନି ମେହେର କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri