ଜଳେଶ୍ୱରରୁ ଚୋରି ଟ୍ରକ୍‌ ରାସଗୋବିନ୍ଦପୁରରେ ଠାବ, ୩ ଗିରଫ

ମୋରଡ଼ା,୨।୧୧(ସ୍ମାରକ ମାଜୀ): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରୁ ଶନିବାର ଚୋରି ହୋଇଥିବା ଏକ ଟ୍ରକ୍‌କୁ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ଠାବ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଗିରଫ ୩ଜଣ ହେଲେ ବାରିପଦା ଟାଉନ ଥାନା ଅଞ୍ଚଳର ଭିକି ପଲେଇ, ହରପ୍ରସାଦ ଦାସ ଏବଂ ବାଙ୍ଗିରିପୋଷି ଥାନା ଅଞ୍ଚଳର ଶ୍ୟାମସୁନ୍ଦର ସେଠୀ। ଟ୍ରକ୍‌ଟିକୁ ଏସ୍‌କର୍ଟ ଦେଇ ଆଣୁଥିବା ଅନ୍ୟ ୩ ବ୍ୟକ୍ତି ବାଇକ୍‌ରେ ଖସି ପଳାଇଛନ୍ତି। ସୂଚନା ଅନୁଯାୟୀ, ଜଳେଶ୍ୱର ଥାନା ଅଧୀନ ରାଜଘାଟ ଗ୍ରାମର ବୁଲବୁଲ ନାମକ ବ୍ୟକ୍ତିଙ୍କ ଏକ ଟ୍ରକ୍‌(ଓଡି୦୧ଏସ୍‌-୨୩୨୭) ସ୍ଥାନୀୟ ଏକ ପଟ୍ରୋଲ ପମ୍ପ ନିକଟରେ ଥିବାବେଳେ ଚୋରି ହୋଇଯାଇଥିଲା। ଏନେଇ ସେ ଜଳେଶ୍ୱର ଥାନାରେ ଅଭିଯୋଗ କରିବା ପରେ ଏକ ମାମଲା (ନଂ.୫୧୧/୨୫) ରୁଜୁ ହୋଇଥିଲା। ତେବେ ଟ୍ରକ୍‌ରେ ଲୋକେଶନ ଟ୍ରାକିଂ ଡିଭାଇସ୍‌ ଲଗାଯାଇଥିବାରୁ ଗାଡ଼ିଟି ରାସଗୋବିନ୍ଦପୁର ଥାନା ଅଞ୍ଚଳକୁ ଯାଉଥିବା ଜଣାପଡ଼ିଥିଲା। ଜଳେଶ୍ୱର ଥାନାରୁ ଏ ବାବଦରେ ରାସଗୋବିନ୍ଦପୁର ଥାନା ଅଧିକାରୀ ପଦ୍ମଲୋଚନ ପାଣିଗ୍ରାହୀଙ୍କୁ ଜଣାଇବା ପରେ ରାସଗୋବିନ୍ଦପୁର ପୋଲିସ ସ୍ଥାନୀୟ ବଜାର ନିକଟରେ ଟ୍ରକ୍‌କୁ କାବୁ କରିବା ସହ ୩ଜଣଙ୍କୁ ଗିରଫ କରିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri