ଚୋରି ଟ୍ରକ୍‌ ପୁରୀରୁ ଠାବ

ଗୋପାଳପୁର,୨୭ା୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ପେଟ୍ରୋଲ ପମ୍ପ ପରିସରରେ ଟ୍ରକ୍‌କୁ ପାର୍କିଂ କରି ଡ୍ରାଇଭର ଏକ ହୋଟେଲରେ ଶୋଇଥିବା ସମୟରେ ଗାଡ଼ି ଚୋରି ହୋଇଥିବାର ୨୪ ଘଣ୍ଟା ମଧ୍ୟରେ ପୋଲିସ ଚୋରି ହୋଇଥିବା ଟ୍ରକ୍‌କୁ ଠାବ କରିଛି। ଏ ନେଇ ପୋଲିସ ଏକ ଚୋରି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଟ୍ରକ୍‌ ଠାବ କରିବା ପାଇଁ ଗୋଳନ୍ଥରା ଥାନା ପୋଲିସ ଏକ ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼଼ାଉ କରିଥିଲେ। ବୁଧବାର ବିଳମ୍ବିତ ରାତିରେ ପୁରୀ ଜିଲା ଖୁଣ୍ଟିଆ ବାଣପୁର ଅଞ୍ଚଳର ଏକ ନିଛାଟିଆ ସ୍ଥାନରୁ ଠାବ ହୋଇଛି। ଚୋରି କରିଥିବା ଅଭିଯୁକ୍ତ ଉକ୍ତ ସ୍ଥାନରେ ଟ୍ରକ୍‌ ଛାଡ଼ି ପଳାଇଥିଲେ।

ଗୁରୁବାର ଗୋଳନ୍ଥରା ଥାନା ପୋଲିସ ଟ୍ରକ୍‌ ଡ୍ରାଇଭର ମିଥଲେସ କୁମାରଙ୍କୁ ହସ୍ତାନ୍ତର କରାଯାଇଥିବା ଥାନା ଅଧିକାରୀ ସ୍ବାଇଁ ସୂଚନା ଦେଇଛନ୍ତି। ସୂଚନାନୁଯାୟୀ ବିହାରର ଚାଳକ ମିଥେଲେସ କୁମାର ନିଜ ଟ୍ରକ (ନଂ ବି ଆର ୦୧ ଜି ଏମ ୩୭୨୧) କୁ ଭାଲିଆଗଡ଼ ନିକଟସ୍ଥ ଏକ ପେଟ୍ରୋଲ ପମ୍ପ ପରିସରରେ ରାତି ୧୧ ଟା ବେଳେ ପାର୍କିଂ କରି ନିକଟରେ ଥିବା ଏକ ହୋଟେଲରେ ଶୋଇଥିଲେ। ରାତି ପ୍ରାୟ ୧୨ ଟାରେ ମିଥେଲେସ ଉଠି ଦେଖିବା ସମୟରେ ଟ୍ରକ୍‌ଟି ପାର୍କିଂ ସ୍ଥଳରେ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମଘନ ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ…

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri