ଚୋରାକାଠ କାରଖାନା ଠାବ: ଆସବାବପତ୍ର ଜବତ, ଅଭିଯୁକ୍ତ ଗିରଫ

ବଡ଼ବିଲ,୯।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳ ଅଧୀନ ବଲାଣିଠାରେ ୨୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ଚାଲିଥିବା ଏକ ବେଆଇନ କାଠ କାରଖାନାକୁ ବନ ବିଭାଗ ରବିବାର ଠାବ କରିଛି। ଏପରିକି କାରଖାନାରୁ ୫ଲକ୍ଷ ଟଙ୍କାର ଚୋରାକାଠ ଏବଂ ଆସବାବପତ୍ର ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ବନ ବିଭାଗ ଗିରଫ କରିଛି। ସେ ହେଲେ ବଲାଣି ଶାନ୍ତିନଗରସ୍ଥିତ ବିର୍ସା ହଟିଂରେ ରହୁଥିବା ସୁକାନ୍ତ ମହାରଣା।

ମିଳିଥିବା ସୂଚନା ମୁତାବକ, ବଲାଣିସ୍ଥିତ ଶାନ୍ତିନଗରରେ ୨୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ବେଆଇନ ଭାବେ ଏକ କାଠ କାରଖାନା ଚାଲିଥିବା ବନବିଭାଗକୁ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଏନେଇ ବନ କର୍ମଚାରୀ ରବିବାର ଚଢାଉ କରି ସେହି କାରଖାନାକୁ ଠାବ କରିଥିଲା। ଚଢାଉ ବେଳେ ଅଧିକାରୀମାନେ କାରଖାନାରୁ ୪ରୁ ୫ ଲକ୍ଷ ଟଙ୍କାର ବହୁ ମୂଲ୍ୟବାନ ଶାଗୁଆନ, ଶାଳ, ପିଆଶାଳ ଓ କୁରୁମ କାଠଗଣ୍ଡି, ପଟା ଜବତ କରିଥିଲେ। ଏପରି କି ବିଭିନ୍ନ କାଠରେ ନିର୍ମିତ ଆସବାବପତ୍ର ସହ ମେଶିନ ଆଦି ଜବତ କରାଯାଇଛି।

ଜବତ କାଠ ଏବଂ ମେଶିନକୁ ବଡବିଲ ବନାଞ୍ଚଳ କାର୍ଯ୍ୟାଳୟକୁ ଅଣାଯାଇଥିବା ଜଣାପଡିଛି। କାଠର ଅନୁମାନିକ ମୂଲ୍ୟ ପ୍ରାୟ ୪ରୁ ୫ଲକ୍ଷ ଟଙ୍କା ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।

କେନ୍ଦୁଝର ଡିଏଫ୍‌ଓଙ୍କ ନିର୍ଦ୍ଦେଶରେ ଏହି ଚଢାଉ ହୋଇଥିବା ବନାଞ୍ଚଳ ଅଧିକାରୀ ଶିବ କୁମାର ରାଉତ କହିଛନ୍ତି। ଘଟଣାସ୍ଥଳରୁ କାଠ କାରଖାନା ମାଲିକ ତଥା ମୁଖ୍ୟ ଅଭିଯୁକ୍ତ ସୁକାନ୍ତଙ୍କୁ ଗିରଫ କରାଯାଇଛି।

ସୁକାନ୍ତଙ୍କଠାରୁ କାଠ କାଟିବା ପାଇଁ ବ୍ୟବହୃତ ବିଭିନ୍ନ ସରଞ୍ଜାମ ଓ ନଥିପତ୍ର ଜବତ କରାଯାଇଛି। ଚଢ଼ାଉ ବେଳେ ଅନ୍ୟ କେତେକ ଅଭିଯୁକ୍ତ ଫେରାର ହୋଇଯାଇଥିବା ଜଣାପଡିଛି। ବନାଞ୍ଚଳ ଅଧିକାରୀ କହିଛନ୍ତି, ଏହି କାରବାର ଦୀର୍ଘ ବର୍ଷ ଧରି ଚାଲିଥିଲା ଏବଂ ବଲାଣି, କିରିବୁରୁ, ସାନ୍ତବାହାଳ, ଉଲିବୁରୁ, ଗୁଆଲି ଓ ଝାଡଖଣ୍ଡରୁ ଏହି କାରଖାନାକୁ କାଠ ଯୋଗାଣ ହେଉଥିବା ସନ୍ଦେହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri