ସରକାରଙ୍କ ଦୀର୍ଘ ମିଆଦୀ ଯୋଜନା: ସମୁଦ୍ର କୂଳରେ ନିର୍ମାଣ ହେବ ପଥର ବନ୍ଧ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ବିଶ୍ୱ ବ୍ୟାଙ୍କ ସହାୟତାରେ ସମୁଦ୍ର ଜୁଆର ପାଣି ରୋକିବାକୁ ସରକାର ପ୍ରସ୍ତୁତ ଦୀର୍ଘ ମିଆଦୀ ଯୋଜନା ପ୍ରସ୍ତୁତ କରିଛନ୍ତି। ଜଳ ସମ୍ପଦ ବିଭାଗର ତତ୍ତ୍ୱାବଧାନରେ ପ୍ରସ୍ତୁତ ହେଉଛି ଡିପିଆର। ଅର୍ଥାତ୍‌ ସମୁଦ୍ର କୂଳରେ ନିର୍ମାଣ ହେବ ପଥର ବନ୍ଧ। ୧୯୪୪ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଡିପିଆର ପ୍ରସ୍ତୁତ କରୁଛି ଜଳ ସମ୍ପଦ ବିଭାଗ। ଏନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି।

ପ୍ରଥମ ପର୍ଯ୍ୟାୟରେ ୩୮୦ କିମି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ପଥର ବନ୍ଧ ବନ୍ଧାଯିବ। ଏହା ଉପରେ ଜାଲ ପକାଯାଇ ପବନ ରୋକିବାକୁ ଗଛ ଲଗାଯିବ। ଏହା ପୂର୍ବରୁ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମରେ ବିଶ୍ୱବ୍ୟାଙ୍କ ସହାୟତାରେ ୨୦୧୩-୧୬ ମଧ୍ୟରେ ୫୨ କିଲୋମିଟର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ସୁଦୃଢ଼ୀକରଣ କରାଯାଇଥିଲା।

ବାତ୍ୟା ପରେ ବି ଏହି ପଥର ବନ୍ଧ ସୁରକ୍ଷିତ ରହିଛି। ଏଥିପାଇଁ ୧୫୩ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲା। ଏହା ପରେ ୧୬୮୦ କିମି ଲୁଣାବନ୍ଧକୁ ସୁଦୃଢ଼କରଣ କରାଯିବ। ଏଥିପାଇଁ ୬ରୁ ୭ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri