Posted inଜାତୀୟ

ୱାଇଏସଆରସିପି-ଟିଡିପି କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ

ଅମରାବତୀ,୧୭ ।୧୨: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କ ପାର୍ଟି ୱାଏସଆରସିପି ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପାର୍ଟି ଟିଡିପି କର୍ମୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛି । ପଲନାଡୁ ଜିଲାର ମାଚେରଲାରେ ଏହି ଘଟଣା ଘଟିଛି । ଉଭୟ ପକ୍ଷରୁ ପଥରମାଡ ହୋଇଛି । ଫଳରେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ଏହି ସମୟରେ ଉଭୟ ଦଳର କର୍ମୀ କିଛି ଗାଡି ମଟର ଜାଳିଦେବା ସହ ଅନେକ ଭଙ୍ଗାରୁଜା ବି କରିଛନ୍ତି । ଏହି ଘଟଣାରେ କେତେଜଣ ଆହତ ବି ହୋଇଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ, ଯେତେବେଳେ ଏହି ଘଟଣା ବଢିବାରେ ଲାଗିଲା ପୋଲିସ ଉଭୟ ଦଳର କର୍ମୀଙ୍କ ଉପରେ ହାଲକା ବଳ ପ୍ରୟୋଗ କରିଛି । ଫଳରେ ଘଟଣାସ୍ଥଳରୁ କର୍ମୀମାନେ ଏଣେତେଣେ ଚାଲିଯାଇଥିଲେ । ଘଟଣାସ୍ଥଳରେ ବହୁ ସଂଖ୍ୟାରେ ସୁରକ୍ଷାକର୍ମୀ ପହଞ୍ଚିବା ସହ ପୋଲିସ ଉଭୟ ପକ୍ଷଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲା ।
ପଲନାଡ ଏସପି ୱାଇ ରବିଶଙ୍କର ରେଡ୍ଡି କହିଛନ୍ତି ମାଚେରଲା ଅଞ୍ଚଳରେ ଏକ କାର୍ଯ୍ୟକ୍ରମରେ ଆପରାଧିକ ଇତିହାସ ଥିବା କେତେଜଣ ବ୍ୟକ୍ତି ବିରୋଧିଙ୍କ ଉପରକୁ ପଥରମାଡ କରିଥିଲେ । ଏଥିରେ ସାମିଲ ଲୋକଙ୍କୁ ପୋଲିସ ଅଟକ ରଖିଛି । ସ୍ଥିତି ନିୟନ୍ତ୍ରଣରେ ରହିଛି । ଏହାସହ ସହରରେ ୧୪୪ ଧାରା ଲାଗୁ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri