ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ ରାତି ଯାଏ ମୃତକଙ୍କ ପରିବାର ବର୍ଗ ଓ ସମ୍ପର୍କୀୟ ରାସ୍ତା ଅବରୋଧ କରିଥିଲେ।

ଏହାର ସମାଧାନ ନ ହେବାରୁ ଆନ୍ଦୋଳନକାରୀ ଆଇନକୁ ହାତକୁ ନେଇ ଥାନା ପରିସରରେ ଥିବା ମୁଖ୍ୟ ଫାଟକର ତାଲା ଭାଙ୍ଗିବା ସହ ପଥର ମାଡ଼ କରିଥିଲେ। ଏଥିଯୋଗୁ ଥାନାର ଝରକା କାଚ ଭାଙ୍ଗିବା ସହିତ ଜଣେ ଏସ୍‌ଆଇ ଓ କନଷ୍ଟେବଳ ଆହତ ହୋଇଥିଲେ। ତେବେ ପୋଲିସକୁ ପଥର ମାଡ଼ ଆନ୍ଦୋଳନକାରୀଙ୍କୁ ମହଙ୍ଗା ପଡିଛି। ଶନିବାର ଏହି ଘଟଣାରେ ପୋଲିସ ଏକ ମାମଲା (ନଂ.୪୩/୨୫) ରୁଜୁ କରି ଏଥିରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ସେମାନେ ହେଲେ ଥୁଆମୂଳ ରାମପୁର ଥାନା ଡୁମେରପଦର ଗ୍ରାମର ନିଧନ ନାଏକ, ନେପାଳ ନାଏକ, ଟିବୁ ନାଏକ, ଲକ୍ଷ୍ମୀ କାନ୍ତ ନାଏକ ଓ ଚକ୍ରଧର ନାଏକ। ତେବେ ଜାମିନ ନାମଞ୍ଜୁର ହେବାରୁ ସମସ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିବା ଥୁଆମୂଳ ରାମପୁର ଥାନା ଅଧିକାରୀ କୈବଲ୍ୟ ସେଠ ସୂଚନା ଦେଇଛନ୍ତି।

ଏହାସହିତ ଡୁମେରପଦର ଗ୍ରାମ ବିରମଲଗୁଡା ପଡାର ଅନ୍ୟ ୩୦ଜଣଙ୍କ ନାମରେ ମାମଲା ରୁଜୁ କରାଯାଇ ଚିହ୍ନଟ ପ୍ରକ୍ରିୟା ଜାରି ରହିଥିବା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଗତ ରବିବାର ଡୁମେରପଦର ଗ୍ରାମର ଫିରୋଜ ନାଏକ ଓ ଦୀପେନ୍ଦ୍ର ନାଏକ ଏକ ବାଇକ୍‌ରେ ଘରକୁ ଯାଉଥିବା ବେଳେ ଲାଠିଆଗୁଡ଼ା ଛକ ନିକଟରେ ଅନ୍ୟ ଏକ ବାଇକ ସହ ଧକ୍କା ହୋଇଥିଲା।

ଏଥିରେ ଫିରୋଜ ଗୁରୁତର ହୋଇ ଚିକତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ବେଳେ ଦୀପେନ୍ଦ୍ର ଗୁରୁତର ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତ ଓ ଆହତଙ୍କ ପରିବାର ଲୋକେ କ୍ଷତିପୂରଣ ଦାବିନେଇ ଥାନା ଘେରାଉ ସହ ରାସ୍ତା ଅବରୋଧ କରିଥିଲେ। ପରେ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ଅତିରିକ୍ତ ମାଜିଷ୍ଟେଟ (ତହସିଲଦାର) ନିରୋଜ କୁମାର ଭତ୍ରା ଓ ବିଡ଼ିଓ ଧ୍ରୁବ ଚରଣ ମୁଦୁଲି ଥାନାରେ ପହଞ୍ଚି ପରିବାର ଲୋକଙ୍କୁ ବୁଝାଶୁଝା କରିବା ପରେ ମଧ୍ୟ ସମାଧାନ ହୋଇ ନ ଥିଲା। ପରେ ଘଟଣା ଉଗ୍ରରୂପ ନେଇଥିଲା। ଆନ୍ଦୋଳନ କାରୀ ଉତ୍ତ୍ୟକ୍ତ ହୋଇ ଥାନା ଉପରକୁ ପଥର ମାଡ଼ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?