ରତ୍ନସିଂହାସନରୁ ପଥର ଉଭାନ

ପୁରୀ ଅଫିସ,୮ା୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ଖଣ୍ଡିଏ ପଥର ଗାଏବ କରିଦିଆଯାଇଛି। ଏନେଇ ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି ସେବାୟତ ଈପ୍‌ସିତ ପ୍ରତିହାରୀ। ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇ ପ୍ରତିହାରୀ କହିଛନ୍ତି ଯେ, ରତ୍ନସିଂହାସନରୁ ଗାଏବ ହୋଇଥିବା ପଥରରେ ଦେଢଟି ପଦ୍ମ ପାଖୁଡ଼ା ରହିଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ସମ୍ମୁଖ ଭାଗରେ ଏହି ପଥରଟି ଥିଲା। ଏହାର କିଛି ଅଂଶ କଢ଼ାଯାଇଛି। ତେବେ କେବେ କଢ଼ା ହୋଇଛି, କିଏ କାଢ଼ିଛି ଏ ବିଷୟରେ ରାଜ୍ୟ ସରକାର ତଦନ୍ତ କରିବା ଦରକାର। ଶ୍ରୀମନ୍ଦିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ରହିଛି ପ୍ରତ୍ନତତ୍ତ୍ବ ବିଭାଗ। ପ୍ରତିବର୍ଷ ମହାପ୍ରଭୁ ନବଦିନାତ୍ମକ ଯାତ୍ରାରେ ବଡ଼ଦାଣ୍ଡକୁ ଓହ୍ଲାଇବା ପରେ ଶ୍ରୀମନ୍ଦିର ଯାଞ୍ଚ ଓ ମରାମତି ହୋଇଥାଏ। ଏଥର ମଧ୍ୟ ଗର୍ଭଗୃହ ସମେତ ଜଗମୋହନ, ନାଟମଣ୍ଡପ ରୋଷଶାଳା ଆଦି ଯାଞ୍ଚ ଏବଂ ମରାମତି କରାଯାଇଛି।
ଈପ୍‌ସିତ କହିଛନ୍ତି, ରଥଯାତ୍ରା ସମୟରେ ଶ୍ରୀମନ୍ଦିରର ମରାମତି ପାଇଁ ମନ୍ଦିର ପ୍ରଶାସନ କେଉଁ ଅଧିକାରୀଙ୍କୁ ଦାୟିତ୍ୱ ଦେଇଥିଲେ? ରକ୍ଷଣାବେକ୍ଷଣ ପରେ ପ୍ରତ୍ନତତ୍ତ୍ବ ବିଭାଗ ଶ୍ରୀମନ୍ଦିର ପ୍ରଶାସନର କେଉଁ ଅଧିକାରୀଙ୍କୁ ରିପୋର୍ଟ କରିଥିଲେ ଏହା ସ୍ପଷ୍ଟ କରାଯାଉ। କାରଣ ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ। ସେହି ସ୍ଥାନରୁ ପଥରକୁ କାଢ଼ି ଚଞ୍ଚକତା ପୂର୍ବକ ବାଲି ସିମେଣ୍ଟ ଦିଆଯାଇ ତାହାକୁ ମେକପ୍‌ କରିଦିଆଯିବାର ଭ୍ରମ ସୃଷ୍ଟି କରାଯାଇଛି। କେବଳ ଏହି ଗୋଟିଏ ସ୍ଥାନ ନୁହେଁ ଏହା ପାଖରେ ଆଉ ୨ଟି ଜାଗାରେ ଖାଲ ରହିଛି। ଏହି ଖାଲ ଏବେ ହୋଇଛି ନା ଆଗରୁ ତାହା ରାଜ୍ୟ ସରକାର ସ୍ପଷ୍ଟ କରିବା ଦରକାର। ତେଣୁ କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ସମ୍ମୁଖରେ ଏହାକୁ ସ୍ପଷ୍ଟ କରାଯିବା ଜରୁରୀ ବୋଲି ଈପ୍‌ସିତ ଗଣମାଧ୍ୟମକୁ କହିଛନ୍ତି। ତଦନ୍ତ ପରେ ପଥର ଗାଏବରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଭକ୍ତ ଦିଲୀପ ବରାଳ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ଦିଲୀପ ତାଙ୍କ ନିବେଦନପତ୍ରରେ ଦର୍ଶାଇଛନ୍ତି ଯେ, ରତ୍ନସିଂହାସନରୁ ଖଣ୍ଡିଏ ପଥର ତାଡ଼ି ନିଆଯାଇଥିବା ଶୁଣିବାକୁ ମିଳିଛି। ଏହା ନିଶ୍ଚିତ ଭାବେ ଏକ ଦୁର୍ଭାଗ୍ୟଜନକ ଘଟଣା। ଗତବର୍ଷ ଗରୁଡ଼ ସ୍ତମ୍ଭ ତଳ ଭାଗରେ ଥିବା ଏକ ଛୋଟ ମୂର୍ତ୍ତି କେଉଁଆଡେ ଗାଏବ ହୋଇଯାଇଥିଲା। ବର୍ତ୍ତମାନ ରତ୍ନସିଂହାସନରୁ ପଥର ନେଇଯିବା ଘଟଣାର ଉପଯୁକ୍ତ ତଦନ୍ତ ହେବା ଦରକାର। ତେବେ ରତ୍ନସିଂହାସନରୁ ଖଣ୍ଡିଏ ପଥର ଉଭାନ ହୋଇଯିବା ନେଇ ଯେଉଁ ଅଭିଯୋଗ ହେଉଛି ସେଥିରେ କୌଣସି ସତ୍ୟାସତ୍ୟ ନାହିଁ ବୋଲି ମନ୍ଦିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଏଏସ୍‌ଆଇର ଜଣେ ଅଧିକାରୀ ନିଜ ନାମକୁ ଗୋପନ ରଖି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri