ମାଙ୍କଡ଼ା ପଥର ଚୋରାଚାଲାଣ

ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧାରେ ବେଆଇନ ଲଘୁ ଖଣିଜ ଚୋରାଚାଲାଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଧରପଗଡ ଜୋରଦାର କରାଯାଇଛି। ପ୍ରଶାସନ ଏବଂ ପୋଲିସ ପକ୍ଷରୁ ଗଠିତ ମିଳିତ ସ୍କ୍ବାଡ୍‌ ବିଭିନ୍ନ ସ୍ଥାନରେ ଚଢଉ ଜାରି ରଖିଛି। ଶୁକ୍ରବାର କୁମାରବସ୍ତରେ ବେଆଇନ ଭାବେ ଚାଲିଥିବା ମାଙ୍କଡ଼ା ଚାଲାଣ ଖଣିରେ ଟାଉନ ପୋଲିସ ପକ୍ଷରୁ ଏକ ଟିମ ଚଢାଉ କରିଥିଲା। ଘଟଣାସ୍ଥଳରୁ ମାଙ୍କଡା ବୋଝେଇ ଟ୍ରକ(ନଂ. ଓଆର୦୯ଇ୯୫୩୩), ୨ଟି ନମ୍ବର ବିହୀନ ପାୱାର ଟିଲର, ୪ଟି ପଥର କଟିଙ୍ଗ ମେଶିନ ଜବତ କରାଯାଇଛି। ଏହି ଘଟଣାରେ ଚନ୍ଦକା ଥାନା ଗଙ୍ଗପଡା ଗ୍ରାମର ଶ୍ରୀକାନ୍ତ କୁମାର ଯାଦବଙ୍କୁ ଗିରଫ କରାଯାଇଛି। କୌଣସି ସୂତ୍ରରୁ ଖବର ପାଇ ଥାନାଧିକାରୀ ସଞ୍ଜୟ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ବେଆଇନ ଭାବେ ଚାଲିଥିବା ଖଣିରେ ଚଢାଉ କରିଥିଲେ। ପୋଲିସକୁ ଦେଖି ଅଭିଯୁକ୍ତ ଖସିଯିବାକୁ ଉଦ୍ୟମ କରୁଥିଲେ। ତେବେ ପୋଲିସ ତାଙ୍କୁ ମାଡି ବସିଥିଲା। ଏନେଇ ଥାନାରେ ଆରଡବ୍ଲ୍ୟୁ ସେକ୍ସନ-୫୧ ଓଏମ୍‌ଏମ୍‌ସିଆର୍‌ ଆକ୍ଟ ପ୍ରକାରେ ଦଫା ୩୭୯/୩୪ ଆଇପିସିରେ ଏକ ମାମଲା (ନଂ. ୧୮/୨୨) ରୁଜୁ ହୋଇଛି। ପ୍ରକାଶ ଯେ, କୁମାରବସ୍ତ ଅଞ୍ଚଳରେ ବେଆଇନ ଭାବେ ମାଙ୍କଡା ପଥର ଚାଲାଣ ହେଉଛି। ଦୈନିକ ଶହ ଶହ ଟ୍ରକରେ ମାଙ୍କଡ଼ା ପଥର ଭୁବନେଶ୍ୱର ଏବଂ ଅନ୍ୟ ଅଞ୍ଚଳକୁ ଚୋରା ଚାଲାଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri