ମାଙ୍କଡ଼ା ପଥର ଚୋରାଚାଲାଣ

ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧାରେ ବେଆଇନ ଲଘୁ ଖଣିଜ ଚୋରାଚାଲାଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଧରପଗଡ ଜୋରଦାର କରାଯାଇଛି। ପ୍ରଶାସନ ଏବଂ ପୋଲିସ ପକ୍ଷରୁ ଗଠିତ ମିଳିତ ସ୍କ୍ବାଡ୍‌ ବିଭିନ୍ନ ସ୍ଥାନରେ ଚଢଉ ଜାରି ରଖିଛି। ଶୁକ୍ରବାର କୁମାରବସ୍ତରେ ବେଆଇନ ଭାବେ ଚାଲିଥିବା ମାଙ୍କଡ଼ା ଚାଲାଣ ଖଣିରେ ଟାଉନ ପୋଲିସ ପକ୍ଷରୁ ଏକ ଟିମ ଚଢାଉ କରିଥିଲା। ଘଟଣାସ୍ଥଳରୁ ମାଙ୍କଡା ବୋଝେଇ ଟ୍ରକ(ନଂ. ଓଆର୦୯ଇ୯୫୩୩), ୨ଟି ନମ୍ବର ବିହୀନ ପାୱାର ଟିଲର, ୪ଟି ପଥର କଟିଙ୍ଗ ମେଶିନ ଜବତ କରାଯାଇଛି। ଏହି ଘଟଣାରେ ଚନ୍ଦକା ଥାନା ଗଙ୍ଗପଡା ଗ୍ରାମର ଶ୍ରୀକାନ୍ତ କୁମାର ଯାଦବଙ୍କୁ ଗିରଫ କରାଯାଇଛି। କୌଣସି ସୂତ୍ରରୁ ଖବର ପାଇ ଥାନାଧିକାରୀ ସଞ୍ଜୟ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ବେଆଇନ ଭାବେ ଚାଲିଥିବା ଖଣିରେ ଚଢାଉ କରିଥିଲେ। ପୋଲିସକୁ ଦେଖି ଅଭିଯୁକ୍ତ ଖସିଯିବାକୁ ଉଦ୍ୟମ କରୁଥିଲେ। ତେବେ ପୋଲିସ ତାଙ୍କୁ ମାଡି ବସିଥିଲା। ଏନେଇ ଥାନାରେ ଆରଡବ୍ଲ୍ୟୁ ସେକ୍ସନ-୫୧ ଓଏମ୍‌ଏମ୍‌ସିଆର୍‌ ଆକ୍ଟ ପ୍ରକାରେ ଦଫା ୩୭୯/୩୪ ଆଇପିସିରେ ଏକ ମାମଲା (ନଂ. ୧୮/୨୨) ରୁଜୁ ହୋଇଛି। ପ୍ରକାଶ ଯେ, କୁମାରବସ୍ତ ଅଞ୍ଚଳରେ ବେଆଇନ ଭାବେ ମାଙ୍କଡା ପଥର ଚାଲାଣ ହେଉଛି। ଦୈନିକ ଶହ ଶହ ଟ୍ରକରେ ମାଙ୍କଡ଼ା ପଥର ଭୁବନେଶ୍ୱର ଏବଂ ଅନ୍ୟ ଅଞ୍ଚଳକୁ ଚୋରା ଚାଲାଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri