କଳିଙ୍ଗା ଘାଟିରେ ୧୨ ଘଣ୍ଟାରେ ୩ ଥର ଖସିଲା ପଥର: ରାସ୍ତା ମରାମତିରେ ଅତ୍ୟାଧୁନିକ ଯନ୍ତ୍ରପାତି ବ୍ୟବହାର ହେଉ 

ଭଞ୍ଜନଗର,୨୨।୯(ବାବୁଲା ପ୍ରଧାନ): ବିଗତ ୧୫ ଦିନ ମଧ୍ୟରେ କଳିଙ୍ଗା ଘାଟିରୁ ୫ରୁ ଊଦ୍ଧର୍‌ବ ଥର
ପଥର ଖସିଲାଣି। ଗତ ୧୬ ତାରିଖରେ ବଡ଼ ଧରଣର ପଥର ସବୁ ଝରଣାରେ ଗଡି ଗଡ଼ି ପାହାଡ ତଳକୁ ଆସିଥିଲା। ଫଳରେ ଭଞ୍ଜନଗର ଫୁଲବାଣୀ ଜାତୀୟ ରାଜପଥର ଏକାଧିକ ସ୍ଥାନରେ ରାସ୍ତା ଧୋଇ ହୋଇଯାଇଥିଲା। ତେଣୁ ଆଜକୁ ଏକ ସପ୍ତାହ ହେବ ଜାତୀୟ ରାଜପଥ ଉପରେ ଯାତାୟତ ବନ୍ଦ ଅଛି । ଆଗକୁ ରାସ୍ତା ସ୍ବଭାବିକ ହେବାକୁ ବହୁତ ଦିନ ଲାଗିଯିବ।
ଗତ ୧୬ ତାରିଖରେ ବହୁ ପରିମାଣର ପଥର ଖସିଥିଲା। ସେଥିମଧ୍ୟରୁ ଆହୁରି ଶହ ଶହ ପଥର ବିପଦଶଙ୍କୁଲ ଅବସ୍ଥାରେ ରାସ୍ତା କଡର ପାହାଡ ଉପରେ ରହିଛି। ବର୍ତ୍ତମାନ ରାସ୍ତା ସ୍ବଭାବିକ ପାଇଁ ବଡବଡ ହାଇୱା ଗାଡ଼ି  ଲାଗିଛି। ମାତ୍ର ଉକ୍ତ ଗାଡ଼ି ଏବଂ ବାରମ୍ବାର ବର୍ଷାର ପ୍ରଭାବରେ ପୁଣି ପଥର ଖସୁଛି। ଯେଉଁ ପଥର ଗୁଡ଼ିକ ବିପଦ ସଙ୍କୁଳ ଅବସ୍ଥାରେ ଅଛି ତାହା ଖସୁଛି। ସୋମବାର  ଦିନକ ମଧ୍ୟରେ ୩ ଥର ପଥର ଖସିଛି। ଖବର ପାଇ ସନ୍ଧ୍ୟାରେ ଭଞ୍ଜନଗର ତହସିଲଦାର ଅଭିପ୍ସା ପଟ୍ଟନାୟକ, ଅତିରିକ୍ତ ତହସିଲଦାର ଅବିନାଶ ମହାର ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।
ପରେ ସେମାନେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ଅପରପକ୍ଷେ ଉକ୍ତ ରାସ୍ତାଟି ଏକ ଗରୁତ୍ୱପୂର୍ଣ୍ଣ ରାସ୍ତା ହୋଇଥିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ରାସ୍ତାର ମରାମତି କରିବାର ଆବଶ୍ୟକତା ରହିଛି। ତେଣୁ ଅତ୍ୟାଧୁନିକ ଯନ୍ତ୍ରପାତି ମରାମତିରେ ବ୍ୟବହାର କରିବା ଆବଶ୍ୟକତା ରହିଛି। ତାହାହେଲେ ଯାଇ ରାସ୍ତା କାମ ତୁରନ୍ତ ସରିବ। ବର୍ତ୍ତମାନ ଶ୍ରମିକମାନେ ବିପଦ ସଙ୍କୁଳ ଅବସ୍ଥାରେ ରାସ୍ତା କାମ କରୁଛନ୍ତି। ତେଣୁ ଶ୍ରମିକ ମାନଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦେବାକୁ ପଡିବ ବୋଲି ଦାବି ହେଉଛିି।

Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri