ରେଳ ଟ୍ରାକ୍‌ ଉପରେ ପଥର, ଦୀର୍ଘ ସମୟ ଅଟକିଲା ବିଶାଖାପାଟଣା- କୋର୍ବା ଟ୍ରେନ୍‌

ରାୟଗଡ଼ା,୮ା୮(ଆଶିଷ ରଞ୍ଜନ ପଣ୍ଡା): ଗୁରୁବାର ବିଳମ୍ବିତ ରାତିରେ ରେଳ ଟ୍ରାକ୍‌ ଉପରେ ପଥର ପଡିଯିବାରୁ ବିଶାଖାପାଟଣାରୁ କୋର୍ବା ଯାଉଥିବା ଟ୍ରେନ୍‌ ଦୀର୍ଘ ସମୟ ଧରି ଅଟକି ରହିଥିଲା। ବିଭାଗୀୟ ଅଧିକାରୀ ଏନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ପଥର ବାହାର କରିବା ପରେ ଉକ୍ତ ରାସ୍ତାରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଥିଲା। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରସ୍ଥିତ ମଝିଘରିଆଣୀ ମନ୍ଦିର ନିକଟରେ ରହିଥିବା ରେଳ ପୋଲ ଅପର ପାର୍ଶ୍ୱରେ ରେଳ ଧାରଣାରେ। ନିକଟସ୍ଥ ପାହାଡ଼ରୁ ଏକ ବିରାଟ ପଥର ଖସି ରେଳ ଟ୍ରାକ୍‌ ଉପରେ ପଡ଼ିରହିଥିଲା। ଉକ୍ତ ସମୟରେ ବିଶାଖାପାଟଣାଠାରୁ କୋରବା ଯାଉଥିବା ଏକ୍ସପ୍ରେସ୍‌ ଟ୍ରେନ ରାୟଗଡ଼ା ପହଞ୍ଚିବା ବେଳେ ପଥର ପଡ଼ିଥିବା କାରଣରୁ ଟ୍ରେନ୍‌ ରାୟଗଡ଼ା ରେଳ ଷ୍ଟେଶନ ମଧ୍ୟରେ ପ୍ରବେଶ କରି ନ ପାରି ସେଠାରେ ଅଟକି ରହିଥିଲା।

ସୂଚନା ପାଇ ରାୟଗଡ଼ା ରେଳ ଡିଭିଜନ ଡିଆରଏମ୍‌ ଅମିତାଭ ସିଙ୍ଘଲ ଓ ଅନ୍ୟାନ୍ୟ କର୍ମଚାରୀ ପହଞ୍ଚି ପଥରକୁ ଟ୍ରାକ୍‌ରୁ ବାହାର କରିଥିଲେ। ତେବେ ଏଥିରେ କୌଣସି ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ନ ଥିବାବେଳେ କୌଣସି ଧନଜୀବନ କ୍ଷତିଗ୍ରସ୍ତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri