ରେଳ ଟ୍ରାକ୍‌ ଉପରେ ପଥର, ଦୀର୍ଘ ସମୟ ଅଟକିଲା ବିଶାଖାପାଟଣା- କୋର୍ବା ଟ୍ରେନ୍‌

ରାୟଗଡ଼ା,୮ା୮(ଆଶିଷ ରଞ୍ଜନ ପଣ୍ଡା): ଗୁରୁବାର ବିଳମ୍ବିତ ରାତିରେ ରେଳ ଟ୍ରାକ୍‌ ଉପରେ ପଥର ପଡିଯିବାରୁ ବିଶାଖାପାଟଣାରୁ କୋର୍ବା ଯାଉଥିବା ଟ୍ରେନ୍‌ ଦୀର୍ଘ ସମୟ ଧରି ଅଟକି ରହିଥିଲା। ବିଭାଗୀୟ ଅଧିକାରୀ ଏନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ପଥର ବାହାର କରିବା ପରେ ଉକ୍ତ ରାସ୍ତାରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଥିଲା। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରସ୍ଥିତ ମଝିଘରିଆଣୀ ମନ୍ଦିର ନିକଟରେ ରହିଥିବା ରେଳ ପୋଲ ଅପର ପାର୍ଶ୍ୱରେ ରେଳ ଧାରଣାରେ। ନିକଟସ୍ଥ ପାହାଡ଼ରୁ ଏକ ବିରାଟ ପଥର ଖସି ରେଳ ଟ୍ରାକ୍‌ ଉପରେ ପଡ଼ିରହିଥିଲା। ଉକ୍ତ ସମୟରେ ବିଶାଖାପାଟଣାଠାରୁ କୋରବା ଯାଉଥିବା ଏକ୍ସପ୍ରେସ୍‌ ଟ୍ରେନ ରାୟଗଡ଼ା ପହଞ୍ଚିବା ବେଳେ ପଥର ପଡ଼ିଥିବା କାରଣରୁ ଟ୍ରେନ୍‌ ରାୟଗଡ଼ା ରେଳ ଷ୍ଟେଶନ ମଧ୍ୟରେ ପ୍ରବେଶ କରି ନ ପାରି ସେଠାରେ ଅଟକି ରହିଥିଲା।

ସୂଚନା ପାଇ ରାୟଗଡ଼ା ରେଳ ଡିଭିଜନ ଡିଆରଏମ୍‌ ଅମିତାଭ ସିଙ୍ଘଲ ଓ ଅନ୍ୟାନ୍ୟ କର୍ମଚାରୀ ପହଞ୍ଚି ପଥରକୁ ଟ୍ରାକ୍‌ରୁ ବାହାର କରିଥିଲେ। ତେବେ ଏଥିରେ କୌଣସି ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ନ ଥିବାବେଳେ କୌଣସି ଧନଜୀବନ କ୍ଷତିଗ୍ରସ୍ତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri