Posted inଫୁରସତ

ମୃତ ବୃଦ୍ଧ କୋକେଇରୁ ଉଠି କହିଲେ ମୁଁ ବଞ୍ଚିଛି

ମଧ୍ୟପ୍ରଦେଶର ଛତ୍ରପୁର ଜିଲାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୯୬ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ହଠାତ୍‌ ବୃଦ୍ଧ ଜଣକ କୋକେଇରୁ ଉଠି କହିଲେ ମୁଁ ମରିନି, ବଞ୍ଚିଛି। ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ଘଟଣା ଲବକୁଶ ନଗର ସିଞ୍ଚାଇ କଲୋନୀରେ ଘଟିଛି। ମନଖୁସ କୁଶଓ୍ବାହା ନାମକ ଜଣେ ବୃଦ୍ଧଙ୍କର ୯୬ ବର୍ଷରେ ମୃତ୍ୟୁ ଘଟିଥିଲା। ମୃତଦେହ ସଂସ୍କାର ନିମନ୍ତେ ହିନ୍ଦୁ ରୀତିନୀତି ଅନୁଯାୟୀ ସମସ୍ତ ବିଧି ପାଳନ କରାଯାଉଥିଲା। ଏହି ସମୟରେ ମନସୁଖ ହଠାତ୍‌ କୋକେଇରୁ ଉଠି କହିଲେ ମୁଁ ବଞ୍ଚିଛି। ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଥିଲେ।

ମନ୍‌ସୁଖଙ୍କ ଦେହ ଗତ ୨ ବର୍ଷ ହେବ ଖରାପ ଥିଲା। ତାଙ୍କର ଗୋଡ଼ ହାଡ଼ ଭାଙ୍ଗିବା ଯୋଗୁ ସେ ଚାଲି ପାରୁ ନ ଥିଲେ। ବିଛଣାରେ ଶୋଇ ରହୁଥିଲେ। ଦିନକୁ ଦିନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଲା। ମଙ୍ଗଳବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ତାଙ୍କ ପରିବାର ସଦସ୍ୟ ସାହିପଡ଼ିଶାଙ୍କୁ କହିଥିଲେ। ମନ୍‌ସୁଖଙ୍କ ମୃତ୍ୟୁ ଖବର ପାଇ ବନ୍ଧୁବାନ୍ଧବ ବି ତାଙ୍କ ଘରକୁ ଆସଥିଲେ। ହଠାତ୍‌ କୋକେଇରୁ ଉଠି ମନ୍‌ସୁଖ କହିଲେ ମୁଁ ମରିନି। ଏହା ଶୁଣି ସମସ୍ତେ ତାଜୁବ। ପରେ ନିଜ ନିଜ ଘରକୁ ସମସ୍ତେ ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri