Odisha Elections 2024
Posted inଜାତୀୟ

ଥମୁଛି ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୪୧ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୭୧୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୩,୩୧୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୦ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୦ ହଜାର ୧୭୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୪ ହଜାର ୧୭୫ ଥିଲା। ସେହିପରି ୨୪ ଘଣ୍ଟାରେ ୭,୬୯୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬,୩୭୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୫୮୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୫୬ ହଜାର ୭୧୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୮୪ ହଜାର ୯୫୫ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୩ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୪.୪୯ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୫.୩୮ ପ୍ରତିଶତ ରହିଛି। ଏବଂ ସାପ୍ତାହିକ ସଂକ୍ରମଣ ୫.୬୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

ବଡ଼ କଥା କହିଦେଲେ କେଜ୍‌ରିଓ୍ବାଲ, ଜୁନ୍‌ ୪ରେ ଇଣ୍ଡିଆ ମେଣ୍ଟ…

ନୂଆଦିଲ୍ଲୀ,୨୧।୫: ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି ଯେ ମୋଦି ସରକାର ଜୁନ୍‌ ୪ ତାରିଖରେ ଯାଉଛନ୍ତି।...

ସ୍ବାତି ମାଲିଓ୍ବାଲ ମାମଲାର ଯାଞ୍ଚ କରିବ ଏସଆଇଟି, ଏହି ମହିଳା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୨୧।୫: ସ୍ବାତି ମାଲିୱାଲ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ଏମପିଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ ଅପଡେଟ ଆସିଛି। ଏହି ଆକ୍ରମଣ ଘଟଣାର...

ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ...

ମତଦାନ କେନ୍ଦ୍ର ଶୌଚାଳୟରେ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ଶିବସେନା (ୟୁବିଟି)ର ପୋଲିଂ ବୁଥ ଏଜେଣ୍ଟ ମନୋହର ନାଲେଜ(୬୨)ଙ୍କ ମୃତଦେହ ମୁମ୍ବାଇର ୱର୍ଲି ଅଞ୍ଚଳରେ ଥିବା ଏକ ମତଦାନ ବୁଥର ଶୌଚାଳୟ ଭିତରୁ ଜବତ...

ନିର୍ବାଚନ ପ୍ରତିଦ୍ୱନ୍ଦିତା ମଧ୍ୟରେ ଫୁଟିଲା ଗୁଳି, ଜଣେ ମୃତ ୨ ଆହତ, ଭାଜପା ନେତା ଗିରଫ

ପାଟନା,୨୧।୫: ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କାରଣରୁ ମଙ୍ଗଳବାର (ମେ’୨୧) ସକାଳେ ବିହାରର ଛପ୍ରାଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣଙ୍କର ମତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri