ନାରୀ ନିର୍ଯାତନା ବନ୍ଦ ହେଉ: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ଓଡ଼ିଶା ପ୍ରଦେଶ ଗଠନ ଓ ବରଗଡ଼ ଜିଲା ଗଠନ ଦିବସ ଅବସରରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଖୁସି ମନାଇବା ସହିତ ସହରରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସେହିପରି ସନ୍ଧ୍ୟାରେ ଓଡ଼ିଶାରେ ବଢୁଥିବା ନାରୀ ନିର୍ଯାତନା, ହତ୍ୟା, ବଳାତ୍କାର, ଅପହରଣ ଓ ନିଖୋଜ ଘଟଣା ଉପରେ ପ୍ରତିବାଦ ସ୍ବରୂପ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ କ୍ୟାଣ୍ଡେଲ ଜାଳି ପ୍ରତିବାଦ କରିଥିଲେ। କର୍ମକର୍ତ୍ତାମାନେ ଓଡ଼ିଶା ରାଜ୍ୟ ଗଠନ ଓ ବରଗଡ଼ ଜିଲା ଗଠନ ସପକ୍ଷରେ ବିଭିନ୍ନ ସ୍ଲୋଗାନ ପ୍ରଦାନ କରିଥିବା ବେଳେ ରାଜ୍ୟରେ ନାରୀ ନିର୍ଯାତନା ଯେଭଳି ଭାବରେ ବଢ଼ିଛି, ସେ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ମଧ୍ୟ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏହି ଅବସରରେ ଜିଲା କଂଗ୍ରେସ କମିଟି ସଭାପତି ହରଦିପ ସିଂ, ଜିଲା କଂଗ୍ରେସ କମିଟିର ପୂର୍ବତନ ସଭାପତି ଅନନ୍ତ ଶୟନ ପାଢ଼ୀ, ବରିଷ୍ଠ କଂଗ୍ରେସ ନେତା ସରୋଜ ଷଡ଼ଙ୍ଗୀ, ବ୍ରହ୍ମା ମହାକୁଡ଼, ଶୁଭେନ୍ଦୁ ସାହୁ, ଉପସଭାପତି ରବି ପଣ୍ଡା, ସମ୍ପାଦକ ପ୍ରତାପ ନାୟକ, ନଗର କଂଗ୍ରେସ ସଭାପତି ସୁଧୀର ଜେନା, ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି ସୁଶାନ୍ତ ସାହୁ, ଜିଲା ଛାତ୍ର କଂଗ୍ରେସ ସଭାପତି ଗୌରବ ଆଜାଦ ପତି, ବରଗଡ଼ ବ୍ଲକ କଂଗ୍ରେସ ସଭାପତି ଅନନ୍ତ ତାଣ୍ଡି, ଜିଲା ମହିଳା କଂଗ୍ରେସ ସମ୍ପାଦିକା ନିଳୀମା ଅଗ୍ରୱାଲ, ଉମାକାନ୍ତ ଭୋଇ, ସନ୍ତୋଷ ସାହୁ, ସୁରେଶ ମହାନନ୍ଦ, ପାଣ୍ଡବ ବିଭାର, ଅବଦୁଲ ଗଫର, ସାହିଲ ଅନସାରି, ଭୋଜରାଜ ଦୋରା, ଗୋପ ଶିଖା, ବିମଲ ଶିଖା, ନିତିସ ସୁନା, ଦିନେଶ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri