‘ହିନ୍ଦୁମାନଙ୍କ ଉପରେ ଆକ୍ରମଣ ବନ୍ଦ ହେଉ’

ପାଟଣା,୨୪ା୪(ସ୍ବ.ପ୍ର.): ସମ୍ବଲପୁର ସହରରେ ହନୁମାନ ଜୟନ୍ତୀ ସମନ୍ବୟ ସମିତି ତରଫରୁ ଅପ୍ରେଲ ୧୨ରେ ହୋଇଥିବା ବାଇକ୍‌ ରାଲି ଓ ଅପ୍ରେଲ ୧୪ରେ ସମ୍ବଲପୁରରେ ହନୁମାନ ଜୟନ୍ତୀ ଅବସରରେ ହିନ୍ଦୁମାନଙ୍କ ଉପରେ ସଂଖ୍ୟା ଲଘୁ ସମ୍ପ୍ରଦାୟର ମାରଣାସ୍ତ୍ର୍‌ରେ ଆକ୍ରମଣ ଓ ଦଙ୍ଗା ସୃଷ୍ଟିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟନୁଷ୍ଠାନ ଦାବି କରାଯାଇଛି। ଏନେଇ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକ ହିନ୍ଦୁସୁରକ୍ଷା ମଞ୍ଚ ତରଫରୁ ଏକ ବିରାଟ ରାଲି ପାଟଣା ମୁଖ୍ୟାଳୟ ସରସ୍ବତୀ ଶିଶୁମନ୍ଦିରରୁ ବାହାରିଥିଲା। ଏହି ଶୋଭାଯାତ୍ରା ବଜାର ପରିକ୍ରମା କରିବା ପରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସାମବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ହିନ୍ଦୁବାଦୀ ନେତାମାନେ ହିନ୍ଦୁମାନଙ୍କୁ ଙ୍କୁ ସୁରକ୍ଷା ଯୋଗାଇ ଦେବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି ବୋଲି କହିଥିଲେ। ଏହାପରେ ଏକ ପ୍ରତିନିଧି ମଣ୍ଡଳୀ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପାଟଣା ବିଡିଓ ଶିବଶଙ୍କର ମୁର୍ମୁଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ହିନ୍ଦୁସୁରକ୍ଷା ମଞ୍ଚର ପ୍ରଦୀପ କୁମାର ମହାନ୍ତ, ବିରଞ୍ଚି ମହାନ୍ତ, ଦୁର୍ଗାଚରଣ ନାଏକ, ଲମ୍ବୋଦର ମହାନ୍ତ, ଆର୍‌ଏସ୍‌ଏସ୍‌ର ମୋଚି ରାମ ସାହୁ, ପ୍ରଫୁଲ କୁମାର ମହାନ୍ତ, ବିଶ୍ବହିନ୍ଦୁ ରିଷଦ ପୂର୍ବ ପ୍ରାନ୍ତ କାର୍ଯ୍ୟ କାରିଣି ସଦସ୍ୟ ଅଖିଳ ଚନ୍ଦ୍ର ନାୟକ, ଭାଜପା ଆଦିବାସୀ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟ କାରିଣୀ ସଭ୍ୟ ସତ୍ୟବ୍ରତ ନାଏକ, ଭାଜପା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ସବୀର ଦାଶ, ବରିଷ୍ଠ ଭାଜପା ନେତା ପ୍ରହଲ୍ଲାଦ ପଲେଇ, ଶଶିଭୂଷଣ ମହାନ୍ତ,ରଜନୀକାନ୍ତ ମିଶ୍ର,କୃଷ୍ଣଚନ୍ଦ୍ର ମହାନ୍ତଙ୍କ ସମେତ ଶତାଧିକ ହିନ୍ଦୁବାଦୀ ନେତା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri