‘ହିନ୍ଦୁମାନଙ୍କ ଉପରେ ଆକ୍ରମଣ ବନ୍ଦ ହେଉ’

ପାଟଣା,୨୪ା୪(ସ୍ବ.ପ୍ର.): ସମ୍ବଲପୁର ସହରରେ ହନୁମାନ ଜୟନ୍ତୀ ସମନ୍ବୟ ସମିତି ତରଫରୁ ଅପ୍ରେଲ ୧୨ରେ ହୋଇଥିବା ବାଇକ୍‌ ରାଲି ଓ ଅପ୍ରେଲ ୧୪ରେ ସମ୍ବଲପୁରରେ ହନୁମାନ ଜୟନ୍ତୀ ଅବସରରେ ହିନ୍ଦୁମାନଙ୍କ ଉପରେ ସଂଖ୍ୟା ଲଘୁ ସମ୍ପ୍ରଦାୟର ମାରଣାସ୍ତ୍ର୍‌ରେ ଆକ୍ରମଣ ଓ ଦଙ୍ଗା ସୃଷ୍ଟିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟନୁଷ୍ଠାନ ଦାବି କରାଯାଇଛି। ଏନେଇ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକ ହିନ୍ଦୁସୁରକ୍ଷା ମଞ୍ଚ ତରଫରୁ ଏକ ବିରାଟ ରାଲି ପାଟଣା ମୁଖ୍ୟାଳୟ ସରସ୍ବତୀ ଶିଶୁମନ୍ଦିରରୁ ବାହାରିଥିଲା। ଏହି ଶୋଭାଯାତ୍ରା ବଜାର ପରିକ୍ରମା କରିବା ପରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସାମବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ହିନ୍ଦୁବାଦୀ ନେତାମାନେ ହିନ୍ଦୁମାନଙ୍କୁ ଙ୍କୁ ସୁରକ୍ଷା ଯୋଗାଇ ଦେବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି ବୋଲି କହିଥିଲେ। ଏହାପରେ ଏକ ପ୍ରତିନିଧି ମଣ୍ଡଳୀ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପାଟଣା ବିଡିଓ ଶିବଶଙ୍କର ମୁର୍ମୁଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ହିନ୍ଦୁସୁରକ୍ଷା ମଞ୍ଚର ପ୍ରଦୀପ କୁମାର ମହାନ୍ତ, ବିରଞ୍ଚି ମହାନ୍ତ, ଦୁର୍ଗାଚରଣ ନାଏକ, ଲମ୍ବୋଦର ମହାନ୍ତ, ଆର୍‌ଏସ୍‌ଏସ୍‌ର ମୋଚି ରାମ ସାହୁ, ପ୍ରଫୁଲ କୁମାର ମହାନ୍ତ, ବିଶ୍ବହିନ୍ଦୁ ରିଷଦ ପୂର୍ବ ପ୍ରାନ୍ତ କାର୍ଯ୍ୟ କାରିଣି ସଦସ୍ୟ ଅଖିଳ ଚନ୍ଦ୍ର ନାୟକ, ଭାଜପା ଆଦିବାସୀ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟ କାରିଣୀ ସଭ୍ୟ ସତ୍ୟବ୍ରତ ନାଏକ, ଭାଜପା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ସବୀର ଦାଶ, ବରିଷ୍ଠ ଭାଜପା ନେତା ପ୍ରହଲ୍ଲାଦ ପଲେଇ, ଶଶିଭୂଷଣ ମହାନ୍ତ,ରଜନୀକାନ୍ତ ମିଶ୍ର,କୃଷ୍ଣଚନ୍ଦ୍ର ମହାନ୍ତଙ୍କ ସମେତ ଶତାଧିକ ହିନ୍ଦୁବାଦୀ ନେତା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪: ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri