Posted inଜାତୀୟ

ତୃଣମୂଳରୁ ଦୁର୍ନୀତି ରୋକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ଲୋକସେବା ଭବନ କନ୍‌ଭେନସନ ହଲ୍‌ଠାରେ ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ୨୦୨୪ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁର୍ନୀତିକୁ ଦୃଢ ଭାବେ ବିରୋଧ କରିବା ପାଇଁ ସମସ୍ତଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଦୁର୍ନୀତି ହେଉଛି ଭୟଙ୍କର ମଧୁମେହ ରୋଗ ସଦୃଶ। ଦୁର୍ନୀତିର କୁପ୍ରଭାବ ପ୍ରଥମେ ଜଣା ପଡ଼ିବ ନାହିଁ, ଧୀରେ ଧୀରେ ଏହା ବ୍ୟକ୍ତିଗତ ଓ ସାମାଜିକସ୍ତରରେ ଭୟଙ୍କର କୁପ୍ରଭାବ ପକାଇଥାଏ। ଭାରତୀୟ ସମାଜରେ ଦୁର୍ନୀତିର କୁପ୍ରଭାବ ଯେ କେତେ ଥିଲା, ଏହା ଜାଣିବାକୁ ରକେଟ ବିଜ୍ଞାନର ଜ୍ଞାନ ଆବଶ୍ୟକତା ନାହିଁ। ଦେଶର ଜଣେ ପୂର୍ବତନ ପ୍ରଧାନମନ୍ତ୍ରୀ ନିଜେ ଗୋଟିଏ ସାଧାରଣ ସଭାରେ କହିଥିଲେ, ଦିଲ୍ଲୀରୁ ଟଙ୍କାଟିଏ ପଠାଇଲେ ହିତାଧିକାରୀ ମାତ୍ର ୧୫ ପଇସା ପାଉଛି। ଏଠାରେ ପ୍ରଶ୍ନ ହୁଏ, ବାକି ୮୫ ପଇସା ତେବେ କାହା ପକେଟକୁ ଯାଉଥିଲା, ଏହାର ଉତ୍ତର ସମସ୍ତେ ଜାଣିଛନ୍ତି। ହେଲେ ସେକାଳ ପଖାଳ ଆଉ ନାହିଁ।

ଦୁର୍ନୀତି ବର୍ତ୍ତମାନ ଦୁର୍ନୀତିଖୋରଙ୍କ ପାଇଁ ଇତିହାସ ହୋଇସାରିଛି। ଦୁର୍ନୀତି ବିରୋଧରେ ଲଢ଼େଇ କେବଳ ଲୋକସେବା ଭବନ ଅଥବା ରାଜଧାନୀ ଭୁବନେଶ୍ବରରେ ସୀମିତ ନ ରହି ତୃଣମୂଳ ପର୍ଯ୍ୟନ୍ତ ନେବାକୁ ଉଦ୍ୟମ ଆରମ୍ଭ ହୋଇଛି। ଦୁର୍ନୀତି ବିରୋଧରେ ଲଢେଇ କରିବା ପାଇଁ ଆମ ସରକାର ଉଭୟ ଟପ୍‌ ଡାଉନ ଓ ବଟମ ଅପ୍‌ ଆଭିମୁଖ୍ୟ କାର୍ଯ୍ୟକାରୀ କରିଛନ୍ତି। ଦୁର୍ନୀତି ବିରୋଧରେ କେବଳ ଗୋଟିଏ ଦୁଇଟି କିମ୍ବା ଅଳ୍ପ କେତେଜଣ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଯଥେଷ୍ଟ ନୁହେଁ। ଦୁର୍ନୀତିର ଚେର ଏବେ ରାଜ୍ୟରେ ମଜଭୁତ ହୋଇଯାଇଛି। ଏହାକୁ ଗୋଟିଏ ଦିନ ବା ମାସ ବା ବର୍ଷରେ ବନ୍ଦ କରିହେବ ନାହିଁ। ଏଥିପାଇଁ ନିରନ୍ତର ସଂଗ୍ରାମ ଚାଲିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଦୁର୍ନୀତି ନିବାରଣ ବିଭାଗର ଦୋଷୀ ସାବ୍ୟସ୍ତ ହାର ୫୦ ପ୍ରତିଶତରୁ ଅଧିକ ଏବଂ ଆୟବହିର୍ଭୂତ ଦୋଷୀ ସାବ୍ୟସ୍ତ ହାର ୮୦ ପ୍ରତିଶତରୁ ଅଧିକ। ଭାଜପା ସରକାର ପ୍ରଯୁକ୍ତିବିଦ୍ୟା, ଭିତ୍ତିଭୂମି ଓ ମାନବ ସମ୍ବଳ ବୃଦ୍ଧି କରି ଓଡ଼ିଶା ଭିଜିଲାନ୍ସକୁ ସୁଦୃଢ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି। ଭିଜିଲାନ୍ସ ବିଭାଗ ପାଇଁ ୮ଟି ନୂତନ ଅତିରିକ୍ତ ଏସ୍‌ପି ଓ ୨୪ ନୂତନ ଡିଏସ୍‌ପି ପଦବୀ ବୃଦ୍ଧି କରାଯିବ। ଏସବୁ ପଦବୀଗୁଡ଼ିକ ଭିଜିଲାନ୍ସ ବିଭାଗର ତଦନ୍ତ ଅନୁସନ୍ଧାନ, ତଦାରଖ ଓ ଦୁର୍ନୀତି ମାମଲାର ବିଚାର ପ୍ରକ୍ରିୟାରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବ। ତଦନ୍ତ ଏବଂ ଅନୁସନ୍ଧାନରେ ସହାୟତା କରିବା ପାଇଁ ୧୬ ଜଣ ସବ୍‌ଇନସ୍‌ପେକ୍ଟରଙ୍କୁ ମଧ୍ୟ ନିୟୋଜିତ କରାଯିବ। ଏହା ସହିତ ଆଗାମୀ ଦିନରେ ୨୪ ଜଣ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, ବ୍ୟାଙ୍କିଙ୍ଗ୍‌ ଓ ସାଇବର ବିଶେଷଜ୍ଞ ମଧ୍ୟ ବିଭାଗରେ ଅନ୍ତର୍ଭୁକ୍ତ ହେବା ପାଇଁ ଅନୁମୋଦନ ମିଳିଛି। ଭିଜିଲାନ୍ସ ଟିମ୍‌ର ଗତିଶୀଳତା ବୃଦ୍ଧି କରିବା ପାଇଁ ୧୩୫ଟି ନୂତନ ମୋଟରସାଇକେଲ, ୧୫୦ଟି ନୂତନ ଡେସ୍କଟପ/ଲାପ୍‌ଟପ ଯୋଗାଇ ଦିଆଯିବ। ଏଥି ସହିତ ରାଜ୍ୟ ଫରେନ୍‌ସିକ ବିଜ୍ଞାନ ପରୀକ୍ଷାଗାର ନିର୍ଦ୍ଦେଶାଳୟ ମଧ୍ୟରେ ପ୍ରତିଷ୍ଠା କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ରେ ଯେତେବେଳେ ପ୍ରଥମ ଥର ପାଇଁ ଶାସନ ଭାର ଗ୍ରହଣ କଲେ ସେ ସମୟରେ ବିଭିନ୍ନ ଦୁର୍ନୀତି ଓ ସ୍କାମ୍‌ରେ ଗୋଡ଼ରୁ ମୁଣ୍ଡ ପର୍ଯ୍ୟନ୍ତ ଦେଶ ବୁଡ଼ି ରହିଥିଲା। ସାଧାରଣ ଜନତା ଏହି ଦୁର୍ନୀତିର ଭାରରେ ଅଣନିଃଶ୍ବାସୀ ହୋଇଯାଇଥିଲେ। ଶାସନ ଡୋରି ହାତକୁ ନେବା ପରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ଦିନରୁ ହିଁ ଦୁର୍ନୀତି ବିରୋଧରେ ମହାସଂଗ୍ରାମ ଆରମ୍ଭ କରିଦେଇଥିଲେ, ଯାହା ବର୍ତ୍ତମାନ ମଧ୍ୟ ଚାଲୁ ରହିଛି। ପ୍ରଧାନମନ୍ତ୍ରୀଙ୍କ ଦୁର୍ନୀତି ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ବଳରେ ଏବେ ଦିଲ୍ଲୀରୁ ଯେଉଁ ସହାୟତା ରାଶି ହିତାଧିକାରୀଙ୍କ ପାଖକୁ ଆସୁଛି ଏହା ସମ୍ପୂର୍ଣ୍ଣ ରୂପେ ହିତାଧିକାରୀଙ୍କ ଖାତାରେ ପହଞ୍ଚୁଛି। ଦୁର୍ନୀତିକୁ କୌଣସି ସ୍ତରରେ ବରଦାସ୍ତ କରାଯିବ ନାହିଁ। କର୍କଟ ରୋଗକୁ ଠିକ୍‌ କରିବାକୁ ହେଲେ ଯେଭଳି ପ୍ରଭାବିତ ସ୍ଥାନକୁ ସର୍ଜରି ମାଧ୍ୟମରେ କାଢିବାକୁ ପଡ଼େ ଠିକ୍‌ ସେହିଭଳି ସଭ୍ୟ ସମାଜରୁ ଦୁର୍ନୀତିଖୋରଙ୍କୁ ବାହାର କରି ଜେଲ୍‌କୁ ପଠାଇବାର ବ୍ୟବସ୍ଥା ରହିଛି। ଆମ ସରକାର ଆସିବାର ୧୪୦ ଦିନ ମଧ୍ୟରେ ୬ ଜଣ ମୁଖ୍ୟଯନ୍ତ୍ରୀଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗ ମାମଲା ରୁଜୁ କରାଯାଇ ଗିରଫ କରାଯାଇଛି। କେବଳ ମୁଖ୍ୟଯନ୍ତ୍ରୀ ନୁହନ୍ତି ବିଭିନ୍ନ ବର୍ଗର ପ୍ରାୟ ୨୦ଜଣ ଅଧିକାରୀଙ୍କୁ ଦୁର୍ନୀତି ଅଭିଯୋଗରେ ଗିରଫ କରାଯାଇଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ୨୦୨୯ ମଧ୍ୟରେ ଭାରତ ବର୍ଷର ୫ଟି ସମୃଦ୍ଧ ରାଜ୍ୟ ମଧ୍ୟରେ ଓଡିଶାକୁ ସ୍ଥାନିତ କରିବା ଲକ୍ଷ୍ୟରେ ଆମେ ଆଗକୁ ବଢୁଛୁ। ଏହି ଅବସରରେ ସେ ଶ୍ରେଷ୍ଠ ଦୁର୍ନୀତି ନିବାରଣ ଡିଭିଜନ୍‌ ଭାବେ କୋରାପୁଟ ଡିଭିଜନ, ଶ୍ରେଷ୍ଠ ୟୁନିଟ୍‌ ଭାବେ ବଲାଙ୍ଗୀର ଡିଭିଜନ, ଶ୍ରେଷ୍ଠ ତଦନ୍ତକାରୀ ଅଫିସର ଭାବେ ବାଲେଶ୍ବର ଡିଭିଜନର ଡିଏସ୍‌ପି ଦୁଷ୍ମନ୍ତ କୁମାର ନାୟକ, ଶ୍ରେଷ୍ଠ ମହିଳା ତଦନ୍ତକାରୀ ଅଫିସର ଭାବେ ବ୍ରହ୍ମପୁର ଡିଭିଜନର ସବିତାଞ୍ଜଳୀ ନାୟକ ଏବଂ ଶ୍ରେଷ୍ଠ ପବ୍ଲିକ ପ୍ରସିକ୍ୟୁଟର ଭାବେ ଭୁବନେଶ୍ବରର ହେମନ୍ତ କୁମାର ସ୍ବାଇଁଙ୍କୁ ପୁରସ୍କୃତ କରିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ରହିଛି ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ। ଦୁର୍ନୀତି ରୋକିବା ପାଇଁ ଆମକୁ ସରକାରୀ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ଦରକାର। ସବୁଥିରେ ସ୍ବଚ୍ଛତା ରହିଲେ ଦୁର୍ନୀତି କମିବ ବୋଲି ସେ କହିଛନ୍ତି। ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଯଶୋବନ୍ତ କୁମାର ଜେଠୱା ସ୍ବାଗତ ଭାଷଣ ଦେଇ କହିଛନ୍ତି, ବର୍ତ୍ତମାନର ଏହି ଦୁର୍ନୀତି ବିରୋଧରେ ଶପଥ ପାଠର ଗୁଞ୍ଜରଣ ଗର୍ଜନରେ ପରିଣତ ହେବ। କାରଣ ଏଥିରେ ପ୍ରତ୍ୟେକ ଜିଲା ଓ ବ୍ଲକ କାର୍ଯ୍ୟାଳୟରୁ ସମସ୍ତେ ଯୋଡ଼ି ହୋଇଛନ୍ତି। ଚଳିତ ବର୍ଷ ‘ସତ୍ୟ ନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି’ ବିଷୟବସ୍ତୁ ଉପରେ ଅକ୍ଟୋବର ୨୮ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି ବୋଲି ଜେଠଓ୍ବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri