ବେଆଇନ ଗଞ୍ଜେଇ ଚାଷ ବନ୍ଦ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ବେଆଇନ ଗଞ୍ଜେଇ ଚାଷ ବନ୍ଦ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରେ ବୁଧବାର ଅନୁଷ୍ଠିତ ଏକ ବୈଠକରେ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନି ବେଆଇନ ଗଞ୍ଜେଇ ଚାଷ ପ୍ରତିରୋଧ ସମ୍ବନ୍ଧିତ ଆଇନଗତ ଏବଂ କାର୍ଯ୍ୟାନ୍ବୟନ ବିଷୟ ଆଲୋଚନା ପାଇଁ ତଥ୍ୟ ରଖିଥିଲେ। ଜିଲାୱାରି ସ୍ଥିତିର ସମୀକ୍ଷାକରି ପ୍ରବର୍ତ୍ତନ କାର୍ଯ୍ୟକ୍ରମକୁ ଅଧିକ ଶାଣିତ କରିବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ପୋଲିସ, ଅବକାରୀ ଏବଂ ରାଜସ୍ବ ବିଭାଗ ଅଧିକାରୀମାନେ କ୍ଷେତ୍ରସ୍ତରରେ ସମନ୍ବିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଗଞ୍ଜେଇ ଚାଷ ହେଉଥିବା ଅଞ୍ଚଳର ସବୁ ପରିବାର ଏ ବେଆଇନ୍‌ କାର୍ଯ୍ୟରେ ସମ୍ପୃକ୍ତ ନୁହନ୍ତି। ଏଥିରେ ଯେଉଁମାନେ ସମ୍ପୃକ୍ତ ସେମାନଙ୍କ ବିଷୟରେ ସୂଚନା ସଂଗ୍ରହ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କର। ଗଞ୍ଜେଇ ଚାଷ ଅଞ୍ଚଳ ଚିହ୍ନଟ କରିବା ନିମନ୍ତେ ସାଟେଲାଇଟ୍‌ ଏବଂ ଡ୍ରୋନ୍‌ ବୈଷୟିକ କୌଶଳ ପ୍ରୟୋଗ କରିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି। ଗଞ୍ଜେଇ ଚାଷ ଉପରେ ର୍ନିଭର କରି ଚଳୁଥିବା ଗରିବ ପରିବାରଙ୍କ ନିମନ୍ତେ ଲକ୍ଷ୍ୟଭେଦୀ ବିକଳ୍ପ ଜିବୀକା ର୍ନିବାହ ପନ୍ଥା ଓ ଯୋଜନା ଗୁଡିକ କାର୍ଯ୍ୟକାରୀ କରିବା ପାଇଁ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଗଞ୍ଜେଇ ଚାଷ ବିରୋଧରେ ଜନସଚେତନତା ଏବଂ ଜନମତ ସୃଷ୍ଟି ଉପରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri