Posted inଜାତୀୟ

ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବନ୍ଦ ହେଉ: ରାଜ୍ୟପାଳ

କୋଲକାତା, ୧୭।୬ (ପି.ଟି.): ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବନ୍ଦ ହେବା ଜରୁରୀ ବୋଲି ରାଜ୍ୟପାଳ ଡ. ସି.ଭି. ଆନନ୍ଦ ବୋଷ ଶୁକ୍ରବାର କହିଛନ୍ତି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟୁଛି। ଦିନକ ପୂର୍ବରୁ ଭାଙ୍ଗୋରରେ ଦୁଇ ରାଜନୈତିକ ଦଳର କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଭାଙ୍ଗୋରକୁ ଗସ୍ତରେ ଯାଇଥିବା ରାଜ୍ୟପାଳ କହିଛନ୍ତି, ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛନ୍ତି। ପଶ୍ଚିମବଙ୍ଗର କେତେକ ଅଞ୍ଚଳରେ ଅବାଞ୍ଛିତ ଘଟଣାମାନ ଘଟିଛି। କୌଣସି ହିଂସାକୁ ବରଦାସ୍ତ କରାଯିବନି, ଏହାକୁ ବନ୍ଦ କରିବାକୁ ହେବ ବୋଲି ରାଜ୍ୟପାଳ ଖବରଦାତା ସମ୍ମିଳନୀରେ କହିଛନ୍ତି। ପୂର୍ବରୁ ଦକ୍ଷିଣ ୨୪ ପ୍ରଗଣା ଜିଲାରେ ଭାଙ୍ଗୋରରେ ଇଣ୍ଡିଆନ୍‌ ସିକ୍ୟୁଲାର ଫ୍ରଣ୍ଟ (ଆଇଏସ୍‌ଏଫ୍‌) ଏବଂ ଶାସକ ଟିଏମ୍‌ସି କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଅନ୍ୟପକ୍ଷରେ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଶାନ୍ତିପୂର୍ଣ୍ଣ ଭାବେ ଚାଲିଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଗୋଟିଏ ଦୁଇଟି ଘଟଣାକୁ ନେଇ ବିରୋଧୀ ଦଳ ପ୍ରସଙ୍ଗ କରିବାକୁ ଉଦ୍ୟମ କରୁଥିବାରୁ ମମତା ଏହାର ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri