ରାଫାହ ବର୍ବରରାଫାହ ବର୍ବରତା ବନ୍ଦ କର: ଆଇସିଜେତା ବନ୍ଦ କର: ଆଇସିଜେ

ହେଗ୍‌,୨୫ା୫: ଗାଜା ସିଟିର ରାଫାହରେ ବୋମା ବର୍ଷଣ ଓ ରକେଟ ମାଡ଼ ତୁରନ୍ତ ବନ୍ଦ କରିବା ପାଇଁ ନେଦରଲାଣ୍ଡ୍ସର ହେଗ୍‌ସ୍ଥିତ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ ଶୁକ୍ରବାର ଇସ୍ରାଏଲ୍‌କୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ଦକ୍ଷିଣାଞ୍ଚଳ ବସତିରେ ଅସ୍ତ୍ରବିରତି ରୋକିବା ଉପରେ କିଛି କହି ନାହାନ୍ତି। ଇସ୍ରାଏଲ୍‌ ଏହି ରାୟକୁ ମାନି ନ ପାରେ। ତେବେ ଆଇସିଜେଙ୍କ ନିର୍ଦ୍ଦେଶ ପରେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଉପରେ ଅନ୍ତର୍ଜାତୀୟ ଚାପ ବୃଦ୍ଧି ପାଇପାରେ।
ଗତବର୍ଷ ଅକ୍ଟୋବର ୭ରେ ହମାସ୍‌ ପକ୍ଷରୁ ଇସ୍ରାଏଲ ଉପରେ ଆକ୍ରମଣ କରାଯାଇଥିଲା। ଏଥିରେ ୧,୨୦୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ହମାସ୍‌ ଆତଙ୍କବାଦୀମାନେ ୨୫୦ରୁ ଅପହରଣ କରି ପଣବନ୍ଦୀ ରଖିଥିଲେ। ଏହାର ଜବାବୀ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଇସ୍ରାଏଲ ୭ ମାସ ଧରି ଆକ୍ରମଣ ଜାରି ରଖିଛି। ଏଥିରେ ୩୫,୦୦୦ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଥିବାବେଳେ ଗାଜା ଜନସଂଖ୍ୟାର ୨.୩ ନିୟୁତ ଲୋକ ବିସ୍ଥାପିତ ହୋଇ ଅନ୍ୟତ୍ର ପଳାୟନ କଲେଣି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ରାଫାହର ଶରଣାର୍ଥୀ ଶିବିରଗୁଡ଼ିକରେ ଆଶ୍ରୟ ନେଇଛନ୍ତି। ପାଲେଷ୍ଟିନୀୟଙ୍କୁ ଜରୁରୀ ସହାୟତା ପ୍ରଦାନ ପାଇଁ ଜାତିସଂଘ ନେତୃତ୍ୱରେ ଚାଲିଥିବା ଅନ୍ତର୍ଜାତୀୟ ଉଦ୍ୟମରେ ଇସ୍ରାଏଲ ବାଧକ ସାଜିଛି। ଇସ୍ରାଏଲୀ ସେନା ଏବେ ବି ଉକ୍ତ ଅଞ୍ଚଳରେ ରକେଟ ମାଡ଼ କରୁଛି। ଦକ୍ଷିଣ ଆଫ୍ରିକା ଇସ୍ରାଏଲର ଏହି ସାମରିକ ବର୍ବରତାକୁ ନିନ୍ଦାକରି ଆଇସିଜେରେ ପିଟିଶନ ଦାଖଲ କରିଥିଲା। ସୋମବାର ପ୍ରସିକ୍ୟୁଟର୍ସ ଅଫିସ୍‌ ପକ୍ଷରୁ ନେତାନ୍ୟାହୁ, ତାଙ୍କ ପ୍ରତିରକ୍ଷା ମୁଖ୍ୟ ୟୋଆଭ୍‌ ଗାଲାଣ୍ଟ ଏବଂ ୩ ଜଣ ହମାସ୍‌ ନେତାଙ୍କ ବିରୋଧରେ ଯୁଦ୍ଧ ଅପରାଧ ଏବଂ ମାନବଜାତି ବିରୋଧରେ ଅପରାଧ ଘଟାଇବା ଅଭିଯୋଗରେ ଗିରଫ ପରଓ୍ବାନା ଜାରି କରାଯାଉ ବୋଲି ଆଇସିଜେରେ ଦାବି କରାଯାଇଥିଲା। ଇତିମଧ୍ୟରେ ବୁଧବାର ନରଓ୍ବେ, ସ୍ପେନ୍‌ ଓ ଆୟର୍ଲାଣ୍ଡ ପାଲେଷ୍ଟାଇନ୍‌କୁ ରାଷ୍ଟ୍ର ମାନ୍ୟତା ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ଏହାର ପ୍ରତିବାଦରେ ଉକ୍ତ ୩ ୟୁରୋପୀୟ ଦେଶରୁ ଇସ୍ରାଏଲ ନିଜ କୂଟନୀତିଜ୍ଞମାନଙ୍କୁ ଫେରାଇ ନେଇଛି।
ଏଭଳି ସମୟରେ ଜାତିସଂଘର ଶୀର୍ଷ ଅଦାଲତ ଆଇସିଜେ ଉପରୋକ୍ତ ରାୟ ଶୁଣାଇଛନ୍ତି।
ଉଲ୍ଲେଖଯୋଗ୍ୟ, ୨୦୨୨ରେ ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ରୋକିବା ପାଇଁ ମଧ୍ୟ ଆଇସିଜେ ମସ୍କୋକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ରୁଷିଆ ଆଇସିଜେ ରାୟକୁ ଅଣଦେଖା କରିଥିଲା। ତେଣୁ ଆଇସିଜେ ରାୟକୁ ଇସ୍ରାଏଲ ମାନିବ ନାହିଁ ବୋଲି ପୂର୍ବରୁ ସଙ୍କେତ ଦେଇଥିଲା। ପୃଥିବୀର କୌଣସି ଗାଜାରେ ଅପରେଶନ୍‌ ରୋକିପାରିବ ନାହିଁ ବୋଲି ନେତାନ୍ୟାହୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri