‘କାର୍ତ୍ତିକ ଶେଷ ଯାଏ ଦର୍ଶନ ବନ୍ଦ ରହୁ’

ପୁରୀ ଅଫିସ,୧୩।୧୦: କରୋନା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି। ମାତ୍ର ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳୀ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା ଚଳାଇଛନ୍ତି। ଗତ ୯ତାରିଖରେ ପ୍ରଥମ ବୈଠକ ସରିଥିବାବେଳେ ସୋମବାର ଦ୍ୱିତୀୟ ଭର୍ଚୁଆଲ ମିଟିଂ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର କାର୍ତ୍ତିକ ମାସ ପ୍ରାରମ୍ଭରୁ ପର୍ଯ୍ୟାୟକ୍ରମେ ଦର୍ଶନ ବ୍ୟବସ୍ଥା ଆରମ୍ଭ କରିବାକୁ ପ୍ରସ୍ତାବ ଦେଇଛନ୍ତି। ମାତ୍ର ଅନ୍ୟମାନେ ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲିବା ପାଇଁ ମତ ରଖିଛନ୍ତି। ଜୀବନ ଆଗ, ଜୀବିକା ପଛ। ଭକ୍ତଙ୍କୁ ମନ୍ଦିର ପ୍ରବେଶ ଅନୁମତି ମିଳିଲେ ଯଦି କରୋନା ସଂକ୍ରମଣ ବୃଦ୍ଧି ପାଏ ତେବେ ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ହେବ ବୋଲି ସେମାନେ କହିଛନ୍ତି।
ବୈଠକରେ ବିଭିନ୍ନ ସେବାୟତ ନିଯୋଗ (ପୁଷ୍ପାଳକ, ମହାଜନ, ଗରାବଡୁ, ବିମାନବଡୁ, ବଡ଼ୁ ସୁଆର) କର୍ମକର୍ତ୍ତାଙ୍କ ସହ ଛତିଶା ନିଯୋଗ ନାୟକ, ଭିତରଛ ମହାପାତ୍ର, ତଳୁଚ୍ଛ ମହାପାତ୍ର, ପତିମହାପାତ୍ର, ଦେଉଳକରଣ, ତଢ଼ାଉକରଣ ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମତ ରଖିଥିଲେ। କେବଳ ଛତିଶା ନିଯୋଗ ନାୟକ କାର୍ତ୍ତିକ ମାସରୁ କୋଭିଡ୍‌ ଗାଇଡ଼ଲାଇନ ମାନି ଦର୍ଶନ ବ୍ୟବସ୍ଥା ଆରମ୍ଭ ଲାଗି ପ୍ରସ୍ତାବ ଦେଇଥିଲେ। ପ୍ରଥମେ ସେବାୟତ ପରିବାରର ମହିଳା, ତା’ ପରେ ପୁରୀ ବାସିନ୍ଦା ଏବଂ ପରେ ବାହାର ଭକ୍ତଙ୍କୁ ଦର୍ଶନ ସୁଯୋଗ ଦେବାକୁ ସେ କହିଥିଲେ। କିନ୍ତୁ ଅନ୍ୟମାନେ ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ଖୋଲିବାକୁ ମନା କରିଥିଲେ। କାର୍ତ୍ତିକ ମାସ ତଥା ନାଗାର୍ଜୁନ ବେଶ ଶେଷ ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରଖାଯାଉ। ଏହାପରେ କରୋନା ସ୍ଥିତି ଦେଖି ଛତିଶା ନିଯୋଗ ଏବଂ ପରିଚାଳନା କମିଟି ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଉ ବୋଲି ସେମାନେ କହିଥିଲେ। ସ୍ବତନ୍ତ୍ର ଅନୁଦାନ ବୃଦ୍ଧି ସହ ଚତୁର୍ଥ ପର୍ଯ୍ୟାୟ ଆର୍ଥିକ ସହାୟତା ପ୍ରଦାନ ବ୍ୟବସ୍ଥା ପାଇଁ ମୁଖ୍ୟ ପ୍ରଶାସକଙ୍କୁ ସେବାୟତମାନେ ଜଣାଇଛନ୍ତି। ମଙ୍ଗଳବାରଠାରୁ ଅନ୍ୟ ସେବାୟତ ନିଯୋଗ ସହ ଆହୁରି ୪ଦିନ ଧରି ବୈଠକ ଚାଲିବ। ସମସ୍ତଙ୍କ ମତାମତ ସଂଗ୍ରହ ପରେ ପରିଚାଳନା କମିଟିରେ ଏହାକୁ ଉପସ୍ଥାପନ କରାଯାଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri