Posted inଜାତୀୟ

ହ୍ବାଟସ୍‌ ଆପରେ ‘ବିକଶିତ ଭାରତ’ ବାର୍ତ୍ତା ଶେୟାର କରିବା ତୁରନ୍ତ ବନ୍ଦ କରନ୍ତୁ, ସରକାରଙ୍କୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୩: ସରକାରଙ୍କୁ ଗୁରୁବାର ନିର୍ବାଚନ କମିଶନ ‘ବିକଶିତ ଭାରତ ସମ୍ପର୍କ’ ଅଧୀନରେ ହ୍ବାଟସ ଆପ ବାର୍ତ୍ତା ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ‘ବିକଶିତ ଭାରତ ସମ୍ପର୍କ’ ଅଧୀନରେ ବହୁ ସଂଖ୍ୟକ ଲୋକଙ୍କୁ ହ୍ବାଟସ ଆପ ବାର୍ତ୍ତା ପଠାଯାଇଥିଲା। ଏହାର ଉଦ୍ଦେଶ୍ୟ ହେଉଛି ସରକାରୀ ଯୋଜନା ବିଷୟରେ ଲୋକଙ୍କୁ ସୂଚନା ପ୍ରଦାନ କରିବା। ଏହି ପ୍ରସଙ୍ଗରେ ଅଭିଯୋଗ ପାଇବା ପରେ ନିର୍ବାଚନ ଆୟୋଗ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟକୁ ଏମିତି ନିର୍ଦ୍ଦେଶ ନିର୍ଦ୍ଦେଶ ଦେଇଛନ୍ତି।

ନିର୍ବାଚନ ଆୟୋଗ କହିଛନ୍ତି ଯେ ନିର୍ବାଚନରେ ସମାନ ଅବସର ସୁନିଶ୍ଚିତ କରିବାକୁ ଏହି ପଦକ୍ଷେପ ନିଆଯାଇଛି। ଆୟୋଗ ଗ୍ରହଣ କରୁଥିବା ଆବଶ୍ୟକ ପଦକ୍ଷେପଗୁଡ଼ିକର ଏହା ଏକ ଅଂଶ। ମନ୍ତ୍ରଣାଳୟ ମଧ୍ୟ ଏହି ପ୍ରସଙ୍ଗରେ ଏକ ଅନୁପାଳନ ରିପୋର୍ଟ ମାଗିଛି।
ଏହାପୂର୍ବରୁ ମନ୍ତ୍ରଣାଳୟ ଆୟୋଗକୁ ସୂଚନା ଦେଇଥିଲା ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି ସହିତ ମାର୍ଚ୍ଚ ୧୬ରେ ଆଦର୍ଶ ଆଚରଣ ସଂହିତା କାର୍ଯ୍ୟକାରୀ ହେବା ପୂର୍ବରୁ ପଠାଯାଇଛି। ନେଟୱାର୍କ ସମ୍ବନ୍ଧୀୟ କାରଣ ହେତୁ କିଛି ବାର୍ତ୍ତା ବିଳମ୍ବରେ କିଛି ଲୋକଙ୍କ ନିକଟରେ ପହଞ୍ଚିଥାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri