Posted inଜାତୀୟ

ହ୍ବାଟସ୍‌ ଆପରେ ‘ବିକଶିତ ଭାରତ’ ବାର୍ତ୍ତା ଶେୟାର କରିବା ତୁରନ୍ତ ବନ୍ଦ କରନ୍ତୁ, ସରକାରଙ୍କୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୩: ସରକାରଙ୍କୁ ଗୁରୁବାର ନିର୍ବାଚନ କମିଶନ ‘ବିକଶିତ ଭାରତ ସମ୍ପର୍କ’ ଅଧୀନରେ ହ୍ବାଟସ ଆପ ବାର୍ତ୍ତା ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ‘ବିକଶିତ ଭାରତ ସମ୍ପର୍କ’ ଅଧୀନରେ ବହୁ ସଂଖ୍ୟକ ଲୋକଙ୍କୁ ହ୍ବାଟସ ଆପ ବାର୍ତ୍ତା ପଠାଯାଇଥିଲା। ଏହାର ଉଦ୍ଦେଶ୍ୟ ହେଉଛି ସରକାରୀ ଯୋଜନା ବିଷୟରେ ଲୋକଙ୍କୁ ସୂଚନା ପ୍ରଦାନ କରିବା। ଏହି ପ୍ରସଙ୍ଗରେ ଅଭିଯୋଗ ପାଇବା ପରେ ନିର୍ବାଚନ ଆୟୋଗ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟକୁ ଏମିତି ନିର୍ଦ୍ଦେଶ ନିର୍ଦ୍ଦେଶ ଦେଇଛନ୍ତି।

ନିର୍ବାଚନ ଆୟୋଗ କହିଛନ୍ତି ଯେ ନିର୍ବାଚନରେ ସମାନ ଅବସର ସୁନିଶ୍ଚିତ କରିବାକୁ ଏହି ପଦକ୍ଷେପ ନିଆଯାଇଛି। ଆୟୋଗ ଗ୍ରହଣ କରୁଥିବା ଆବଶ୍ୟକ ପଦକ୍ଷେପଗୁଡ଼ିକର ଏହା ଏକ ଅଂଶ। ମନ୍ତ୍ରଣାଳୟ ମଧ୍ୟ ଏହି ପ୍ରସଙ୍ଗରେ ଏକ ଅନୁପାଳନ ରିପୋର୍ଟ ମାଗିଛି।
ଏହାପୂର୍ବରୁ ମନ୍ତ୍ରଣାଳୟ ଆୟୋଗକୁ ସୂଚନା ଦେଇଥିଲା ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି ସହିତ ମାର୍ଚ୍ଚ ୧୬ରେ ଆଦର୍ଶ ଆଚରଣ ସଂହିତା କାର୍ଯ୍ୟକାରୀ ହେବା ପୂର୍ବରୁ ପଠାଯାଇଛି। ନେଟୱାର୍କ ସମ୍ବନ୍ଧୀୟ କାରଣ ହେତୁ କିଛି ବାର୍ତ୍ତା ବିଳମ୍ବରେ କିଛି ଲୋକଙ୍କ ନିକଟରେ ପହଞ୍ଚିଥାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri