‘ବ୍ୟାନର ଚିରା ପରମ୍ପରା ବନ୍ଦ ହେଉ’

ଖଇରା, ୬।୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ସିମୁଳିଆ ନିର୍ବାଚନମଣ୍ଡଳୀରେ ଏବେ ରାଜନୈତିକ ଦଳ ନେତୃବୃନ୍ଦଙ୍କ ବ୍ୟାନର ଚିରା ଘଟଣାକୁ ବିଭିନ୍ନ ଦଳ ଓ ସଙ୍ଗଠନ ପକ୍ଷରୁ କଡା ଭାଷାରେ ନିନ୍ଦା କରାଯାଇଛି। ଶୁକ୍ରବାର ସିମୁଳିଆ ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ହିମାଂଶୁ ଶେଖର ବେହେରା ଷୋହଳଭଉଣୀଠାରେ ଆୟୋଜିତ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଖବରଦାତାଙ୍କୁ ନିଜର ପ୍ରତିକ୍ରିୟା ଦେଇ ବର୍ତ୍ତମାନ ଖଇରା ସିମୁଳିଆରେ ପୋଷ୍ଟର ବ୍ୟାନର ଚିରା ଭଳି କଳଙ୍କିତ ଅଧ୍ୟାୟ ଆରମ୍ଭ ହୋଇଛି। ଯେଉଁ ଦଳର କର୍ମୀ କି ନେତା ଏହି କାର୍ଯ୍ୟରେ ଲିପ୍ତ ଥାଆନ୍ତୁ ନା କାହିଁକି ଏହା ନିଶ୍ଚିତ ନିନ୍ଦନୀୟ ଘଟଣା। ଏହାକୁ କଂଗ୍ରେସ ଦଳ ତୀବ୍ର ନିନ୍ଦା କରୁଛି। ଲଢେଇ ବିଚାରାଧାରାରେ ହେଉ ଏବଂ ବ୍ୟକ୍ତିଗତ ଆକ୍ରୋଶମୂଳକ ହେବା ଉଚିତ ନୁହେଁ ବୋଲି କହିଛନ୍ତି ା
ଏଥିସହ ୨୦୨୪ ନବବର୍ଷରେ ସେ କଂଗ୍ରେସ ଦଳକୁ ମଜଭୁତ୍‌ କରିବାକୁ କଠିନ ପରିଶ୍ରମ କରିବେ ଏବଂ ଖଇରା ସିମୁଳିଆର ୨୦ହଜାର ଶିକ୍ଷିତ ବେକାର ଯୁବତୀ ଯୁବକଙ୍କୁ କିଭଳି ରୋଜଗାରକ୍ଷମ କରାଯାଇପାରିବ ତାକୁ ସେ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ମଙ୍ଗଳବାର ରାତିରେ ଖଇରା ବ୍ଲକର ବାରପୁର ଛକରୁ ଗରସଙ୍ଗ ରାସ୍ତାକଡରେ ଲଗାଯାଇଥିବା ଭାଜପା ମୁଖପାତ୍ର ଠାକୁର ରଞ୍ଜିତଦାସଙ୍କ ବ୍ୟାନର ଓ କଟଆଉଟକୁ କେହି ବ୍ଲେଡରେ କାଟି ଦେଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଲିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri