Posted inଜାତୀୟ

ସବୁ ବର୍ଗର ଲୋକଙ୍କ ପାଖକୁ ଯାଅ

ନୂଆଦିଲ୍ଲୀ,୧୮।୧: ୨୦୨୪ ସାଧାରଣ ନିର୍ବାଚନ ଲାଗି ପ୍ରସ୍ତୁତ ରହିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଜାତୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ ଆହ୍ବାନ ଦେଇଛନ୍ତି। ଭୋଟରମାନଙ୍କ ସହ ଯୋଡ଼ିହୋଇ ରହିବା ଲାଗି ସେ ଦଳୀୟ ନେତାମାନଙ୍କୁ ପରାମର୍ଶ ଦେଇଛନ୍ତି। ଲୋକ ସଭା ନିର୍ବାଚନକୁ ଆଉ ୪୦୦ ଦିନ ବାକି ରହିଛି। ଲୋକଙ୍କ ସେବା ପାଇଁ ଆମକୁ ସବୁ କିଛି କରିବାକୁ ହେବ। ଆମକୁ ଇତିହାସ ସୃଷ୍ଟି କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ଦୁଇଦିନିଆ କାର୍ଯ୍ୟକାରିଣୀରେ କହିଥିବା ବରିଷ୍ଠ ଭାଜପା ନେତା ଦେବେନ୍ଦ୍ର ଫଡ୍‌ନବିସ୍‌ ସୂଚନା ଦେଇଛନ୍ତି। ବିଶେଷ କରି ୧୮ରୁ ୨୫ ବର୍ଷ ବୟସ ବର୍ଗର ଭୋଟରଙ୍କ ଉପରେ ଧ୍ୟାନଦେବାକୁ ହେବ। ସେମାନଙ୍କୁ ପୂର୍ବ ସରକାରଗୁଡ଼ିକର କୁଶାସନ ସମ୍ପର୍କରେ ଜଣାଇବା ସହ ଆମେ କିପରି ସୁଶାସନ ଅଭିମୁଖେ ଅଗ୍ରସର ହେଉଛେ ତାହା ଅବଗତ କରାଇବାକୁ ହେବ। ସେମାନଙ୍କୁ ଗଣତାନ୍ତ୍ରିକ ବ୍ୟବସ୍ଥା ସହ ଜଡ଼ିତ କରିବା ସହିତ ସୁଶାସନରେ ସାମିଲ କରିବାକୁ ହେବ ବୋଲି ମୋଦି କହିଥିଲେ। ସୀମାନ୍ତ ଅଞ୍ଚଳ ସମେତ ଗ୍ରାମାଞ୍ଚଳରେ ଭାଜପା ସଂଗଠନକୁ ମଜଭୁତ କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିବା ସହ ଦଳୀୟ ନେତାମାନେ ସବୁ ବର୍ଗର ଲୋକଙ୍କୁ ନିଶ୍ଚୟ ଭେଟିବାକୁ ପରାମର୍ଶ ଦେଇଥିଲେ। ଭାଜପା କେବଳ ରାଜନୈତିକ ଆନ୍ଦୋଳନ ହୋଇ ରହିନାହିଁ, ଏହା ସାମାଜିକ-ଅର୍ଥନୈତିକ ସ୍ଥିତି ବଦଳାଇବା ଦିଗରେ କାର୍ଯ୍ୟ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଜାତୀୟ କାର୍ଯ୍ୟକାରିଣୀରେ ୩୫୦ ଜଣ ମନ୍ତ୍ରୀ, ନେତା ଓ କର୍ମୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?