ବଟି ପାଇଁ ୧୯ ବସ୍‌କୁ ୫ଘଣ୍ଟା ଅଟକାଇଲେ

ନିରାକାରପୁର,୧୮।୧(ମାନସଚନ୍ଦ୍ର ପଟ୍ଟନାୟକ)ଖୋର୍ଦ୍ଧା ଜିଲା ବଡ଼ ପୋଖରିଆ ଛକ ୧୬ ନଂ. ଜାତୀୟ ରାଜପଥଠାରେ ବୁଧବାର ସକାଳ ସାଢେ ୫ଟାରୁ ୯ଟା ପର୍ଯ୍ୟନ୍ତ ଏକ ଯାତ୍ରୀବାହୀ ବସ୍‌କୁ କିଛି ବ୍ୟକ୍ତି ବଟି ଆଦାୟ ପାଇଁ ଅଟକାଇଥିଲେ। ଫଳରେ ବ୍ରହ୍ମପୁରଠାରୁ ଭୁବନେଶ୍ୱର ଓ କଟକ ଆଡକୁ ଯାଉଥିବା ପ୍ରାୟ ୧୯ଟି ବସ୍‌ ଆଗପଛ ହୋଇ ଉକ୍ତ ସ୍ଥାନରେ ଅଟକି ରହିଥିଲା। ଯାତ୍ରୀମାନେ ସାଢେ ୩ ଘଣ୍ଟା ଧରି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ଜଙ୍କିଆ ପୋଲିସ ପହଞ୍ଚି ବୁଝାଶୁଝା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା। ବସ୍‌ଗୁଡ଼ିକୁ ଏଭଳି ବେନିୟମ ଭାବେ ରାଜରାସ୍ତାରେ ଅଟକାଯାଇଥିବାରୁ ବସ୍‌ ମାଲିକ ସଂଘ ପକ୍ଷରୁ ଜଙ୍କିଆ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏନେଇ ବସ୍‌ ମାଲିକ ସମ୍ପାଦକ ମନୋଜ ପଟ୍ଟନାୟକ ସୂଚନା ଦେଇଛନ୍ତି। ପ୍ରକାଶଯୋଗ୍ୟ, ଗତ କିଛିଦିନ ଧରି ଖୋର୍ଦ୍ଧାଠାରେ ନିର୍ଦ୍ଧିଷ୍ଟ କିଛି ବ୍ୟକ୍ତି ଘରୋଇ ବସ୍‌ରୁ ଜୋରଜବରଦସ୍ତ ବଟି ଆଦାୟ କରୁଛନ୍ତି। ସେହିମାନଙ୍କ ମଧ୍ୟରୁ ଜନୈକ ବ୍ୟକ୍ତି ବୁଧବାର ମଧ୍ୟ ଅନୁରୂପ ଭାବେ ଉକ୍ତ ସ୍ଥାନରେ ବସ୍‌ଗୁଡ଼ିକୁ ଅଟକାଇ ଥିବା ଜନୈକ ବସ୍‌ ମାଲିକ ସୂଚନା ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ବାରମ୍ବାର ଘଟି ଚାଲିଥିଲେ ସୁଦ୍ଧା ପୋଲିସ କିମ୍ବା ଜିଲା ପ୍ରଶାସନ ପକ୍ଷରୁ ଏଥିପ୍ରତି ଗୁରୁତ୍ୱ ଦିଆ ନ ଯିବାରୁ ଏହି ସମସ୍ୟା ହେଉଥିବା ବସ୍‌ ମାଲିକମାନେ ସୂଚନା ଦେଇଛନ୍ତି।
ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞାଋ଼ତୁମ୍ଭରା କରଙ୍କୁ ପଚାରିବାରେ, ଅଟକ ବସ୍‌ଗୁଡ଼ିକର ଗମନାଗମନ ସ୍ବାଭାବିକ ହେବା ସହ ଲିଖିତ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଚାଲିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri