ବଟି ପାଇଁ ୧୯ ବସ୍‌କୁ ୫ଘଣ୍ଟା ଅଟକାଇଲେ

ନିରାକାରପୁର,୧୮।୧(ମାନସଚନ୍ଦ୍ର ପଟ୍ଟନାୟକ)ଖୋର୍ଦ୍ଧା ଜିଲା ବଡ଼ ପୋଖରିଆ ଛକ ୧୬ ନଂ. ଜାତୀୟ ରାଜପଥଠାରେ ବୁଧବାର ସକାଳ ସାଢେ ୫ଟାରୁ ୯ଟା ପର୍ଯ୍ୟନ୍ତ ଏକ ଯାତ୍ରୀବାହୀ ବସ୍‌କୁ କିଛି ବ୍ୟକ୍ତି ବଟି ଆଦାୟ ପାଇଁ ଅଟକାଇଥିଲେ। ଫଳରେ ବ୍ରହ୍ମପୁରଠାରୁ ଭୁବନେଶ୍ୱର ଓ କଟକ ଆଡକୁ ଯାଉଥିବା ପ୍ରାୟ ୧୯ଟି ବସ୍‌ ଆଗପଛ ହୋଇ ଉକ୍ତ ସ୍ଥାନରେ ଅଟକି ରହିଥିଲା। ଯାତ୍ରୀମାନେ ସାଢେ ୩ ଘଣ୍ଟା ଧରି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ଜଙ୍କିଆ ପୋଲିସ ପହଞ୍ଚି ବୁଝାଶୁଝା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା। ବସ୍‌ଗୁଡ଼ିକୁ ଏଭଳି ବେନିୟମ ଭାବେ ରାଜରାସ୍ତାରେ ଅଟକାଯାଇଥିବାରୁ ବସ୍‌ ମାଲିକ ସଂଘ ପକ୍ଷରୁ ଜଙ୍କିଆ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏନେଇ ବସ୍‌ ମାଲିକ ସମ୍ପାଦକ ମନୋଜ ପଟ୍ଟନାୟକ ସୂଚନା ଦେଇଛନ୍ତି। ପ୍ରକାଶଯୋଗ୍ୟ, ଗତ କିଛିଦିନ ଧରି ଖୋର୍ଦ୍ଧାଠାରେ ନିର୍ଦ୍ଧିଷ୍ଟ କିଛି ବ୍ୟକ୍ତି ଘରୋଇ ବସ୍‌ରୁ ଜୋରଜବରଦସ୍ତ ବଟି ଆଦାୟ କରୁଛନ୍ତି। ସେହିମାନଙ୍କ ମଧ୍ୟରୁ ଜନୈକ ବ୍ୟକ୍ତି ବୁଧବାର ମଧ୍ୟ ଅନୁରୂପ ଭାବେ ଉକ୍ତ ସ୍ଥାନରେ ବସ୍‌ଗୁଡ଼ିକୁ ଅଟକାଇ ଥିବା ଜନୈକ ବସ୍‌ ମାଲିକ ସୂଚନା ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ବାରମ୍ବାର ଘଟି ଚାଲିଥିଲେ ସୁଦ୍ଧା ପୋଲିସ କିମ୍ବା ଜିଲା ପ୍ରଶାସନ ପକ୍ଷରୁ ଏଥିପ୍ରତି ଗୁରୁତ୍ୱ ଦିଆ ନ ଯିବାରୁ ଏହି ସମସ୍ୟା ହେଉଥିବା ବସ୍‌ ମାଲିକମାନେ ସୂଚନା ଦେଇଛନ୍ତି।
ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞାଋ଼ତୁମ୍ଭରା କରଙ୍କୁ ପଚାରିବାରେ, ଅଟକ ବସ୍‌ଗୁଡ଼ିକର ଗମନାଗମନ ସ୍ବାଭାବିକ ହେବା ସହ ଲିଖିତ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଚାଲିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ମା’ ଠାକୁରାଣୀଙ୍କ ଯାତ୍ରାରେ ନବମ ଦିନରେ ପ୍ରକମ୍ପିତ ଗୌଡ଼ ସାହି

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମା’ ଠାକୁରାଣୀଙ୍କ ଯାତ୍ରା ୯ମ ଦିନରେ ପହଞ୍ଚିଛି। ଏହି ୯ଦିନ ଧରି ଦାରିଙ୍ଗବାଡ଼ିି ଉତ୍ସବମୁଖର ହୋଇପଡ଼ିଥିବା ବେଳେ ପ୍ରତିଦିନ...

ନିର୍ବାଚନ ପାଇଁ କଡ଼ା ନଜର ରଖିଛି ପୋଲିସ

ଫୁଲନଖରା,୧ା୫(ସତ୍ୟ ରଞ୍ଜନ ଦାସମହାପାତ୍ର): ଆସନ୍ତା ନିର୍ବାଚନ ପରିପ୍ରେକ୍ଷୀରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିବା ପାଇଁ କଟକ ସଦର ଥାନା ପୋଲିସ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri