Posted inଫୁରସତ

ଅଟକି ଯାଇଛି ବୟସ

ରୁଷୀୟ ଗଣମାଧ୍ୟମରେ ଏବେ ଡେନିସ ଭାସୁରିନ୍‌ ଜଣେ ବହୁ ପରିଚିତ ନାମ। ସେ ପରିଚୟ ପାଇଛନ୍ତି ତାଙ୍କର ଅବିଶ୍ୱସନୀୟ ଶରୀର ପାଇଁ। ଅର୍ଥାତ୍‌ ୧୯୮୭ ମସିହାରେ ଜନ୍ମିତ ଡେନିସ୍‌ ଦେଖିବାକୁ ଜଣେ ୧୨-୧୩ ବର୍ଷର ପୁଅ ଭଳି। ଛୋଟ ପିଲାଙ୍କ ପରି ମୁହଁ, ଶରୀରର ଉଚ୍ଚତା ବି ପିଲାଙ୍କ ଭଳି। ତେଣୁ ତାଙ୍କୁ ଦେଖିଲେ, ଯେକେହି ସ୍କୁଲ ପିଲା ବୋଲି ଭାବନ୍ତି। ପିଲାଦିନେ ଡେନିସ୍‌ ବହୁତ ଚାଲାକ୍‌ ଓ ବୁଦ୍ଧିମାନ ଥିଲେ। କିନ୍ତୁ ତାଙ୍କ ମାତା ପିତା ଲକ୍ଷ୍ୟ କରିଥିଲେ ଯେ, ସେ ଅନ୍ୟ ପିଲାଙ୍କଠୁ ବହୁତ ଛୋଟ ଦେଖାଯାଉଥିଲେ। ଏମିତିକି ଗ୍ରାଜୁଏସନ୍‌ ଫଟୋରେ ବି ସେ ତାଙ୍କ ଯୁବ ସାଙ୍ଗମାନଙ୍କ ଭିତରେ ଏକ ଛୋଟ ପିଲା ପରି ଦେଖାଯାଉଥିଲେ। ଛୋଟ ପିଲାଙ୍କ ପରି ଦେଖା ହେଲେ ହେଁ ବୟସରେ ସେ ଯୁବକ। ତେଣୁ ତାଙ୍କର ଏକ ଗର୍ଲଫେଣ୍ଡ ଅଛି। ତେବେ ଅନେକ ସମୟରେ ସେ ନିଜର ଛୋଟ ପିଲା ପରି ଲୁକ୍‌ ପାଇଁ ହଇରାଣ ହୋଇଛନ୍ତି। ଆଉ ତାଙ୍କୁ ବୟସର ପ୍ରମାଣ ଦେବାକୁ ପଡିଛି। ଡାକ୍ତରଙ୍କୁ ସେ ନିଜର ଏହି ସମସ୍ୟା ବିଷୟରେ ଜଣାଇଛନ୍ତି। କିନ୍ତୁ ସେମାନେ ଏହାର କୌଣସି ସମାଧାନ କରିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri