ଅନୁଦାନ ଅଭାବରୁ ଅଟକିଛି

ମାଧପୁର, ୩୧ା୫ ଜଳକଷ୍ଟରେ କଟିଗଲା ଖରାଦିନ। ପିଇବା ପାଣି ପାଇଁ ଡହଳବିକଳ ହେଲେ ଲୋକେ। ଅଥଚ ୨୪ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଓଭର ହେଡ୍‌ ପାଣି ଟାଙ୍କି କାମରେ ଆସିଲାନାହିଁ। କାରଣ ଟାଙ୍କି ସିନା ନିର୍ମାଣ ସରିଛି, ହେଲେ ପାଣି ଯୋଗାଣ ପାଇଁ ତିଆରି ହୋଇନି ପମ୍ପ ହାଉସ୍‌ କି ବିଛାଯାଇନି ପାଇପ୍‌। ତେଣୁ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାଧପୁର ଅଞ୍ଚଳବାସୀ ହାତପାଆନ୍ତାରେ ପାନୀୟ ଜଳ ପାଇବା ପାଇଁ ଯେଉଁ ସ୍ବପ୍ନ ଦେଖିଥିଲେ, ତାହା ଟାଙ୍କି ନିର୍ମାଣର ଦୀର୍ଘ ୩ବର୍ଷ ପରେ ବି ଅଧୁରା ରହିଯାଇଛି।
ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳବାସୀଙ୍କୁ ଜଳସଙ୍କଟରୁ ମୁକ୍ତି ଦେବାକୁ ୨୦୧୮-୧୯ରେ ସ୍ଥାନୀୟ ଖେଳପଡ଼ିଆରେ ‘ବସୁଧା’ ଯୋଜନାରେ ନିର୍ମାଣ କରାଯାଇଥିଲା ଏକ ଓଭରହେଡ୍‌ ପାଣିଟାଙ୍କି। ୧ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏହି ଟାଙ୍କିରେ ଖର୍ଚ୍ଚ ହୋଇଛି ୨୪ ଲକ୍ଷ ଟଙ୍କା। ଗ୍ରାମ ନିକଟବର୍ତ୍ତୀ କନ୍ଧପଡ଼ା ପାନୀୟ ଜଳ ପ୍ରକଳ୍ପରୁ ପାଣି ଆସିବା ଲାଗି ଯୋଜନା କରାଯାଇଥିଲା। ଏହି ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ମାଧପୁର, କୁନ୍ଦନାଳୀ, ବଲୁଆଘରା ଗ୍ରାମବାସୀ ପାଣି ପାଇପାରନ୍ତେ। ହେଲେ ଅନୁଦାନ ନ ଥିବାରୁ ପାଇପ୍‌ ବିଛା ସହ ପମ୍ପ ହାଉସ ନିର୍ମାଣ କାର୍ଯ୍ୟ ଅଟକି ରହିଛି। ତେଣୁ କେବଳ ଓଭରହେଡ୍‌ ଟାଙ୍କିରେ ସୀମିତ ରହିଯାଇଛି ଏହି ବହୁ ପ୍ରତୀକ୍ଷିତ ପ୍ରକଳ୍ପ। ଅନ୍ୟପଟେ ପ୍ରଶାସନ ଏବଂ ଜନପ୍ରତିନିଧିମାନେ ଏ ଦିଗରେ ତତ୍ପରତା ଦେଖାଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି।
ଏ ସଂକ୍ରାନ୍ତରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଉମାକାନ୍ତ ବେହେରା କୁହନ୍ତି, ମଞ୍ଜୁର ହୋଇଥିବା ଟଙ୍କାରେ ଟାଙ୍କି ନିର୍ମାଣ ଶେଷ ହୋଇଛି। ସରକାର ଅଧିକ ଅର୍ଥ ଯୋଗାଇ ଦେଲେ ପାଇପ୍‌ ବିଛାଇବା ଏବଂ ପମ୍ପ ହାଉସ ନିର୍ମାଣ ହେବ। ଏହାପରେ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ। ବିଡିଓ ସନ୍ତୋଷ କୁମାର ସାହୁ କୁହନ୍ତି, ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରି ଅନୁଧ୍ୟାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?