ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ ପରିବର୍ତ୍ତନ ପ୍ରଭାବରେ ଏପ୍ରିଲ ୩ ଯାଏ ବିଭିନ୍ନ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ଓ କୁଆପଥର ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ରବିବାର ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ ଜାରି ହୋଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି ଏବଂ ରାୟଗଡ଼ା ଜିଲାରେ ବର୍ଷା ସମୟରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ନେଇ ସତର୍କ ସୂଚନା ଦିଆଯାଇଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କୋରାପୁଟ ଏବଂ ମାଲକାନଗିରି ଜିଲାରେ ବର୍ଷା ସମୟରେ ୩୦ରୁ ୪୦ କି.ମି ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସୋମବାର ୧୯ ଜିଲାକୁ ଓ ମଙ୍ଗଳବାର ୨୫ଟି ଜିଲାକୁ ୟେଲୋ ଓ୍ୱାର୍ନିଂ ଦିଆଯାଇଛି।
ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲା ଚକାପାଦରେ ସର୍ୱାଧିକ ୩୪.୨ ମି.ମି. ବର୍ଷା ହୋଇଛି। ଟିକାବାଲିରେ ୩୨ ମି.ମି., ମୟୂରଭଞ୍ଜ ଜିଲା କରଞ୍ଜିଆରେ ୩୦ ମି.ମି., ନଓ୍ୱନରେ ୨୩.୨ ମି.ମି. ଓ ସୁକ୍ରୁଲିରେ ୨୧.୫ ମି.ମି., ଗଜପତି ଜିଲା ନୂଆଗଡ଼ରେ ୨୫ ମି.ମି., ଗଞ୍ଜାମ ଚିକିଟିରେ ୨୨.୬ ମି.ମି., କନ୍ଧମାଳ କଳିଙ୍ଗରେ ୨୨ ମି.ମି., କେନ୍ଦୁଝର ତେଲକୋଇରେ ୨୧.୮ ମି.ମି., ଅନୁଗୋଳ ଆଠମଲ୍ଲିକରେ ୨୦.୩ ମି.ମି. ବର୍ଷା ରେକର୍ଡ ହୋଇଛି।
ଅନ୍ୟପକ୍ଷରେ ଶନିବାର ୨୨ଟି ସ୍ଥାନର ତାପମାତ୍ରା ୩୫ ଡିଗ୍ରୀ ଓ ତା’ଠାରୁ ଅଧିକ ରହିଥିଲା। ତାଳଚେର ଏବଂ ଭବାନୀପାଟଣାରେ ସର୍ୱାଧିକ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଝାରସୁଗୁଡାରେ ୩୮.୨ ଡିଗ୍ରୀ, ସୋନପୁର ୩୮.୨ ଡିଗ୍ରୀ, ବଲାଙ୍ଗୀର ୩୮ ଡିଗ୍ରୀ, ଅନୁଗୋଳ ୩୬.୭ ଡିଗ୍ରୀ, ବରଗଡ଼ ୩୬.୬ ଡିଗ୍ରୀ, ନୟାଗଡ଼ ୩୬.୫ ଡିଗ୍ରୀ, ନୂଆପଡା ୩୬.୫ ଡିଗ୍ରୀ, ହୀରାକୁଦ ୩୬.୪ ଡିଗ୍ରୀ, ସମ୍ୱଲପୁର ୩୬.୪ ଡିଗ୍ରୀ, ରାଉରକେଲା ୩୬.୨ ଡିଗ୍ରୀ, ଢେଙ୍କାନାଳ ୩୬.୧ ଡିଗ୍ରୀ, ପାରଳାଖେମୁଣ୍ଡି ଓ ନବରଙ୍ଗପୁରରେ ୩୬ ଡିଗ୍ରୀ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri