ଆଜି ସ୍ପଷ୍ଟ ହେବ ବାତ୍ୟା ସ୍ଥିତି

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଏହା ସୋମବାର ସକାଳେ ଲଘୁଚାପରେ ପରିଣତ ହେବ। ୯ ତାରିଖ ମଙ୍ଗଳବାର ଦିନ ଏହା ଅବପାତ ରୂପ ନେବା ସହ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଉତ୍ତର ଦିଗରେ ଗତି କରିବ। ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅଧିକ ଘନୀଭୂତ ହେବା ସହ ବାତ୍ୟା ରୂପ ନେଇପାରେ ବୋଲି ରବିବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ବିବେଦୀଙ୍କ ସୂଚନାନୁସାରେ, ଅବପାତ ବାତ୍ୟାର ରୂପ ନେବା ପରେ ଉତ୍ତର ଦିଗରେ ଗତି କରିବ। ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତିପଥ ଓ ତୀବ୍ରତା ନେଇ ସବିଶେଷ ତଥ୍ୟ ଭାରତୀୟ ପାଣିପାଗ ସଂସ୍ଥାନ (ଆଇଏମଡି) ପକ୍ଷରୁ ଜାରି କରାଯିବ। ତେବେ ସୃଷ୍ଟି ହୋଇଥିବା ସିଷ୍ଟମ ଉପରେ ଆଇଏମ୍‌ଡି ନିୟମିତ ନଜର ରଖିଥିବା ସେ କହିଛନ୍ତି। ସେହିପରି ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରିଛି ଆଇଏମ୍‌ଡି। ଦକ୍ଷିଣପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଦୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳରେ ସମୁଦ୍ର ଆଶାନ୍ତ ରହିବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସମୁଦ୍ର ଭିତରେ ଘଣ୍ଟା ପ୍ରତି ପବନର ବେଗ ସର୍ବାଧିକ ୮୦ କିମି ଯାଏ ରହିବା ସମ୍ଭାବନା ରହିଛି। ସେହିପରି ୧୦ ଓ ୧୧ ତାରିଖ ବେଳକୁ ସମୁଦ୍ର ଆହୁରି ଆଶାନ୍ତ ହୋଇପାରେ। ପବନର ବେଗ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୦୦ରୁ ୧୨୦ କିମି ବେଗରେ ହେବା ନେଇ ଆଇଏମ୍‌ଡି ଆକଳନ କରିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ବିଶେଷକରି ଉପକୂଳ ଜିଲାର ଚାଷୀ ଭୟଭୀତ ହୋଇ ପଡିଛନ୍ତି। ସେମାନଙ୍କୁ ପରିବା ଓ ଖରାଟିଆ ଫସଲ ନଷ୍ଟ ହେବାର ଭୟ ଘାରିଛି। ପୁରୁଣା ବାତ୍ୟାକୁ ମନେ ପକାଇ ଦୁଇତିନି ଦିନ ହେଲା ଅଧା ପାଚିଲା ଧାନକୁ କାଟି ନେଉଥିବା ନଜରକୁ ଆସିଛି।
ସେପଟେ ରାଜ୍ୟକୁ ତାତି ଫେରିଛି। ରାଜ୍ୟର ୮ ସହରରେ ରବିବାର ପାରଦ ୪୦ ଡିଗ୍ରୀ ପାର କରିଛି। ଅନୁଗୋଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ବୌଦ୍ଧରେ ୪୧.୫ ଡିଗ୍ରୀ, ତାଳଚେର ୪୧ ଡିଗ୍ରୀ, ଝାରସୁଗୁଡା ୪୦.୮ ଡିଗ୍ରୀ, ସମ୍ବଲପୁର ୪୦.୩ ଡିଗ୍ରୀ, ରାଉରକେଲା ଏବଂ ବଲାଙ୍ଗୀର ୪୦ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୫ଦିନ ଧରି ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ସୋମବାରଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ଟାଣ ଖରା ସାଙ୍ଗକୁ ତାପମାତ୍ରା ୫ ଡିଗ୍ରୀ ଯାଏ ପର୍ଯ୍ୟାୟକ୍ରମେ ବୃଦ୍ଧି ପାଇବ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri