ଆଜି ସ୍ପଷ୍ଟ ହେବ ବାତ୍ୟା ସ୍ଥିତି

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଏହା ସୋମବାର ସକାଳେ ଲଘୁଚାପରେ ପରିଣତ ହେବ। ୯ ତାରିଖ ମଙ୍ଗଳବାର ଦିନ ଏହା ଅବପାତ ରୂପ ନେବା ସହ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଉତ୍ତର ଦିଗରେ ଗତି କରିବ। ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅଧିକ ଘନୀଭୂତ ହେବା ସହ ବାତ୍ୟା ରୂପ ନେଇପାରେ ବୋଲି ରବିବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ବିବେଦୀଙ୍କ ସୂଚନାନୁସାରେ, ଅବପାତ ବାତ୍ୟାର ରୂପ ନେବା ପରେ ଉତ୍ତର ଦିଗରେ ଗତି କରିବ। ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତିପଥ ଓ ତୀବ୍ରତା ନେଇ ସବିଶେଷ ତଥ୍ୟ ଭାରତୀୟ ପାଣିପାଗ ସଂସ୍ଥାନ (ଆଇଏମଡି) ପକ୍ଷରୁ ଜାରି କରାଯିବ। ତେବେ ସୃଷ୍ଟି ହୋଇଥିବା ସିଷ୍ଟମ ଉପରେ ଆଇଏମ୍‌ଡି ନିୟମିତ ନଜର ରଖିଥିବା ସେ କହିଛନ୍ତି। ସେହିପରି ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରିଛି ଆଇଏମ୍‌ଡି। ଦକ୍ଷିଣପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଦୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳରେ ସମୁଦ୍ର ଆଶାନ୍ତ ରହିବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସମୁଦ୍ର ଭିତରେ ଘଣ୍ଟା ପ୍ରତି ପବନର ବେଗ ସର୍ବାଧିକ ୮୦ କିମି ଯାଏ ରହିବା ସମ୍ଭାବନା ରହିଛି। ସେହିପରି ୧୦ ଓ ୧୧ ତାରିଖ ବେଳକୁ ସମୁଦ୍ର ଆହୁରି ଆଶାନ୍ତ ହୋଇପାରେ। ପବନର ବେଗ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୦୦ରୁ ୧୨୦ କିମି ବେଗରେ ହେବା ନେଇ ଆଇଏମ୍‌ଡି ଆକଳନ କରିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ବିଶେଷକରି ଉପକୂଳ ଜିଲାର ଚାଷୀ ଭୟଭୀତ ହୋଇ ପଡିଛନ୍ତି। ସେମାନଙ୍କୁ ପରିବା ଓ ଖରାଟିଆ ଫସଲ ନଷ୍ଟ ହେବାର ଭୟ ଘାରିଛି। ପୁରୁଣା ବାତ୍ୟାକୁ ମନେ ପକାଇ ଦୁଇତିନି ଦିନ ହେଲା ଅଧା ପାଚିଲା ଧାନକୁ କାଟି ନେଉଥିବା ନଜରକୁ ଆସିଛି।
ସେପଟେ ରାଜ୍ୟକୁ ତାତି ଫେରିଛି। ରାଜ୍ୟର ୮ ସହରରେ ରବିବାର ପାରଦ ୪୦ ଡିଗ୍ରୀ ପାର କରିଛି। ଅନୁଗୋଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ବୌଦ୍ଧରେ ୪୧.୫ ଡିଗ୍ରୀ, ତାଳଚେର ୪୧ ଡିଗ୍ରୀ, ଝାରସୁଗୁଡା ୪୦.୮ ଡିଗ୍ରୀ, ସମ୍ବଲପୁର ୪୦.୩ ଡିଗ୍ରୀ, ରାଉରକେଲା ଏବଂ ବଲାଙ୍ଗୀର ୪୦ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୫ଦିନ ଧରି ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ସୋମବାରଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ଟାଣ ଖରା ସାଙ୍ଗକୁ ତାପମାତ୍ରା ୫ ଡିଗ୍ରୀ ଯାଏ ପର୍ଯ୍ୟାୟକ୍ରମେ ବୃଦ୍ଧି ପାଇବ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?