ଆସୁଛି ବାତ୍ୟା ‘ଦାନା’: ଆଜି ରାତିରେ ୨୫ ହଜାର ଲୋକ ହେବେ ସ୍ଥାନାନ୍ତର

ଛତ୍ରପୁର,୨୩ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଗଞ୍ଜାମ ଜିଲାକୁ ରହୁଥିବାରୁ ଲୋକଙ୍କ ଧନଜୀବନକୁ ସୁରକ୍ଷା ପ୍ରଦାନ କରି ଜିଲାର ଜିରୋ କାଜୁଆଲିଟି ରହିବ। ଏନେଇ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନକୁ ଲକ୍ଷ୍ୟ କରି ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି। ଏଣୁ ଗଞ୍ଜାମ ଜିଲାର ସମୁଦ୍ରକୂଳିଆ ଲୋକେ ନଦୀପାଶର୍‌ବରେ ବସବାସ କରୁଥିବା ଲୋକେ ମାଟିକାନ୍ଥ ଘରେ ରହୁଥିବା ପରିବାର, ଚିଲିକା କୂଳିଆ, କଚ୍ଚା ଘରେ କିମ୍ବା ବିପଦପୂର୍ଣ୍ଣ ସ୍ଥିତିରେ ଥିବା ଘରର ଲୋକଙ୍କୁ ସ୍ଥାନାନ୍ତର କରି ସେମାନଙ୍କୁ ବାତ୍ୟା ଆଶ୍ରୟ ସ୍ଥଳରେ ରଖାଯାଇ ରନ୍ଧା ଖାଦ୍ୟ ପ୍ରଦାନ କରିବା ନେଇ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ବୈଠକରେ ସମସ୍ତ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତ। ଆଜି ସନ୍ଧ୍ୟା ସୁଦ୍ଧା ସେମାନେ ସ୍ଥାନାନ୍ତର ହେବେ ସେହି ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ସମୁଦାୟ ୨୫ ହଜାର ଲୋକ ସ୍ଥାନାନ୍ତର ହୋଇ ବିଭିନ୍ନ ଆଶ୍ରୟ ସ୍ଥଳଗୁଡ଼ିକରେ ରହିବେ। ସେହିଠାରେ ରନ୍ଧା ଖାଦ୍ୟ, ପାନୀୟ ଜଳ, ଆଲୋକ ବ୍ୟବସ୍ଥା, ପ୍ରାଥମିକ ଚିକିତ୍ସା ବ୍ୟବସ୍ଥା ଇତ୍ୟାଦି ସମସ୍ତ ବ୍ୟବସ୍ଥା ସକାଶେ କେଉଁ ପ୍ରକାର ପ୍ରସ୍ତୁତି ହୋଇଛି ତାହା ବୁଝାଯାଇଛି ଏବଂ ସେହି ତଥ୍ୟକୁ ରାଜ୍ୟ ସ୍ତରକୁ ପ୍ରେରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri