ଆସୁଛି ବାତ୍ୟା ‘ଦାନା’: ଆଜି ରାତିରେ ୨୫ ହଜାର ଲୋକ ହେବେ ସ୍ଥାନାନ୍ତର

ଛତ୍ରପୁର,୨୩ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଗଞ୍ଜାମ ଜିଲାକୁ ରହୁଥିବାରୁ ଲୋକଙ୍କ ଧନଜୀବନକୁ ସୁରକ୍ଷା ପ୍ରଦାନ କରି ଜିଲାର ଜିରୋ କାଜୁଆଲିଟି ରହିବ। ଏନେଇ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନକୁ ଲକ୍ଷ୍ୟ କରି ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି। ଏଣୁ ଗଞ୍ଜାମ ଜିଲାର ସମୁଦ୍ରକୂଳିଆ ଲୋକେ ନଦୀପାଶର୍‌ବରେ ବସବାସ କରୁଥିବା ଲୋକେ ମାଟିକାନ୍ଥ ଘରେ ରହୁଥିବା ପରିବାର, ଚିଲିକା କୂଳିଆ, କଚ୍ଚା ଘରେ କିମ୍ବା ବିପଦପୂର୍ଣ୍ଣ ସ୍ଥିତିରେ ଥିବା ଘରର ଲୋକଙ୍କୁ ସ୍ଥାନାନ୍ତର କରି ସେମାନଙ୍କୁ ବାତ୍ୟା ଆଶ୍ରୟ ସ୍ଥଳରେ ରଖାଯାଇ ରନ୍ଧା ଖାଦ୍ୟ ପ୍ରଦାନ କରିବା ନେଇ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ବୈଠକରେ ସମସ୍ତ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତ। ଆଜି ସନ୍ଧ୍ୟା ସୁଦ୍ଧା ସେମାନେ ସ୍ଥାନାନ୍ତର ହେବେ ସେହି ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ସମୁଦାୟ ୨୫ ହଜାର ଲୋକ ସ୍ଥାନାନ୍ତର ହୋଇ ବିଭିନ୍ନ ଆଶ୍ରୟ ସ୍ଥଳଗୁଡ଼ିକରେ ରହିବେ। ସେହିଠାରେ ରନ୍ଧା ଖାଦ୍ୟ, ପାନୀୟ ଜଳ, ଆଲୋକ ବ୍ୟବସ୍ଥା, ପ୍ରାଥମିକ ଚିକିତ୍ସା ବ୍ୟବସ୍ଥା ଇତ୍ୟାଦି ସମସ୍ତ ବ୍ୟବସ୍ଥା ସକାଶେ କେଉଁ ପ୍ରକାର ପ୍ରସ୍ତୁତି ହୋଇଛି ତାହା ବୁଝାଯାଇଛି ଏବଂ ସେହି ତଥ୍ୟକୁ ରାଜ୍ୟ ସ୍ତରକୁ ପ୍ରେରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri