ବାତ୍ୟା: କ୍ଷୟକ୍ଷତି ଆଶଙ୍କାରେ ଚାଷୀ

ପଟ୍ଟାମୁଣ୍ଡାଇ,୧୧।୫(ସ୍ବ.ପ୍ର.): ସମ୍ଭାବ୍ୟ ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ସତର୍କ କରାଇଛି। ବାତ୍ୟା ବିପଦ ଟଳିଥିଲେ ମଧ୍ୟ ଏବେ ପଟ୍ଟାମୁଣ୍ଡାଇ ଅଞ୍ଚଳର ଲୋକେ ଆଶଙ୍କା ମଧ୍ୟରେ ଅଛନ୍ତି। ସବୁଠୁ ଅଧିକ ଚିନ୍ତାରେ ଚାଷୀମାନେ ରହିଛନ୍ତି। ବର୍ଷା ଅଧିକ ହେଲେ ଡାଳୁଅ ଧାନ, ମୁଗ ଓ ପନିପରିବା ଫସଲ କ୍ଷତିଗ୍ରସ୍ତ ହେବ ବୋଲି ଚାଷୀମାନେ କହିଛନ୍ତି। ଗତବର୍ଷ ଖରିଫ ଋତୁରେ ଲଘୁଚାପଜନିତ ବର୍ଷା ବିପତ୍ାତରେ ଧାନ ଫସଲ ନଷ୍ଟ ହୋଇଥିଲା। ପରେ ମୁଗ ଫସଲରେ ପୋକ ଲାଗିଥିବା ବେଳେ ଲଘୁଚାପଜନିତ ବର୍ଷାରେ ସମୂଳେ ନଷ୍ଟ ହୋଇଯାଇଥିଲା। ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳରେ ମଧ୍ୟ ବ୍ୟାପକ ପନିପରିବା ନଷ୍ଟ ହୋଇଥିଲା। ଖରାଦିନେ ପୁଣି ଚାଷୀମାନେ କେନାଲ ଓ ଉଠା ଜଳସେଚନ ସୁବିଧା ଥିବା ସ୍ଥାନରେ ମୁଗ, ବିରି, ଡାଳୁଅ ଧାନ ଓ ପରିବା ଫସଲ କରିଛନ୍ତି। ବାତ୍ୟା ପ୍ରଭାବରେ ଯଦି ଅଧିକ ବର୍ଷା ହେବ ତେବେ ଫସଲ ସବୁ ଉଜୁଡିଯିବା ଚିନ୍ତା ଚାଷୀଙ୍କୁ ଘାରିଛି। ୧୯୯୯ ମହାବାତ୍ୟା ସମୟରେ ଉପକୂଳବର୍ତ୍ତୀ ରାଜନଗର ବ୍ଲକ ଅପେକ୍ଷା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ମହାବାତ୍ୟା ଅଧିକ ତାଣ୍ଡବ ରଚିଥିଲା। ପୂର୍ବକଥାକୁ ସ୍ମରଣ କରି ଲୋକମାନେ ଏବେ ମଧ୍ୟ ଭୟଭୀତ ଅବସ୍ଥାରେ ଅଛନ୍ତି। ସୋମବାର ଅପରାହ୍ନରୁ ଆକାଶ ମେଘାଚ୍ଛନ୍ନ ରହିବା ସହ ଝିପିଝିପି ବର୍ଷା ଲାଗିରହିଛି। ଏଥିସହ ପବନର ବେଗ ମଧ୍ୟ ସାମାନ୍ୟ ଅଧିକ ଥିବା ଦେଖିବାକୁ ମିଳିଛି। ତେବେ ପ୍ରଶାସନ ପକ୍ଷରୁ ଜିଲାକୁ ରେଡ୍‌ ଆଲର୍ଟରେ ରଖାଯାଇଛି। ବାତ୍ୟାକୁ ଲକ୍ଷ୍ୟକରି ଆବଶ୍ୟକ ପଡ଼ିଲେ ସ୍ଥାନାନ୍ତର କରାଯିବ। ଆଶ୍ରୟସ୍ଥଳ ଓ ସ୍କୁଲଘରଗୁଡିକୁ ବ୍ୟବହାର କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖାଯିବା ସହ ଡଙ୍ଗା, ମୋଟରଯାନ ବ୍ୟବସ୍ଥା ଓ ଗମନାଗମନକୁ ବିଶେଷ ଭାବେ ଧ୍ୟାନ ଦିଆଯାଉଛି। ଜିରୋ କାଜୁଆଲିଟି ପ୍ରଥମ ଲକ୍ଷ୍ୟ ବୋଲି ଜିଲାପାଳ ଅମ୍ରିତ ଋତୁରାଜ ପ୍ରକାଶ କରିଛନ୍ତି। ଅତ୍ୟଧିକ ବର୍ଷାରେ ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। କୌଣସି ସ୍ଥାନରେ ବିଦ୍ୟୁତ୍‌ ତାର ଛିଣ୍ଡି ପଡ଼ିଥିଲେ ଏହାଠାରୁ ଦୂରରେ ରହି ବିଭାଗୀୟ କର୍ମଚାରୀଙ୍କୁ ସୂଚନା ଦେବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି। ବାତ୍ୟା ଅସାନିର ମୁକାବିଲା ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ତହସିଲ ପରିସରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ତହସିଲଦାର ଦିଲୀପ କୁମାର ସେଠୀ, ବିଡିଓ ଭରତ ଚନ୍ଦ୍ର ପରିଡା ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଥିବାବେଳେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। ମେଡିକାଲ ଟିମ୍‌କୁ ମଧ୍ୟ ସଜାଗ ରହିବାକୁ ଜିଲାପାଳ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?