ବର୍ଷା ଆଉ ବନ୍ୟା ପରେ ଏବେ ଚିନ୍ତା ବଢାଇଲାଣି ବାତ୍ୟା ‘ହିଗୋସ’

ବେଜିଂ,୨୦।୮: ପ୍ରଥମେ କରୋନା ମହାମାରୀ ଏହାପରେ ବର୍ଷା ଓ ବନ୍ୟା ଚାଇନାବାସୀଙ୍କ ନିଦ ହଜାଇ ଦେଇଥିବା ବେଳେ ଏବେ ମାଡି ଆସିଛି ବାତ୍ୟା ‘ହିଗୋସ’। ବୁଧବାର ଏହା ଚାଇନାର ଦକ୍ଷିଣ ଉପକୂଳରେ ସ୍ଥଳଭାଗ ଛୁଇଁଥିବା ବେଳେ ଏହା ସାଧାରଣ ଜୀବନ ଉପରେ ଖୁବ୍‌ ପ୍ରଭାବ ପକାଇଛି। ବାତ୍ୟା ‘ହିଗୋସ’ ଆସିବା ପରେ ସେଠାରେ ପୁଣିଥରେ ବନ୍ୟା ସହ ଭୂସ୍ଖଳନ ଦ୍ୱାରା ବି ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଚାଇନାର ଖବରକାଗଜ ପିପୁଲ୍ସ ଡେଲିର ସୂଚନା ଅନୁଯାୟୀ, ୟୁନାନ ଅଞ୍ଚଳରେ ହୋଇଥିବା ଭୂସ୍ଖଳନରେ ଦୁଇଟି ଘର କ୍ଷତିଗ୍ରସ୍ତ ହେବା ସହ ୫ ଲୋକ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ସେହିପରି ସେଠାକାର ଗଣମାଧ୍ୟମର ସୂଚନା ଅନୁଯାୟୀ, ସିଚୁୟାନ ଅଞ୍ଚଳର ୟିବିନ ସହରରେ ରାସ୍ତା ଉପରେ ଠିଆ ହୋଇଥିବା ପ୍ରାୟ ୨୧ଟି ଗାଡ଼ି ରାସ୍ତା ଫାଟିଯାଇ ସୃଷ୍ଟି ହୋଇଥିବା ଖାଲରେ ଖସି ପଡିଛି। ତେବେ ବାତ୍ୟାରେ କ୍ଷୟକ୍ଷତିର ପରିମାଣ ଆକଳନ କରାଯାଇ ନ ଥିବା ବେଳେ ବନ୍ୟାରେ ୨ଶହ ଲୋକଙ୍କ ମୃତ୍ୟୁ ହେବା ସହ ପାଖାପାଖି ୨୫ ଅରବ ଡଲର ମୂଲ୍ୟର ସମ୍ପତ୍ତି ନଷ୍ଟ ହୋଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?