୬ ଘଣ୍ଟାରେ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ଛେଚିବ…

ଭୁବନେଶ୍ୱର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ପେଙ୍ଗାଲ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ଅପରାହ୍ନଣ ୨ଟା ୩୦ରେ ବାତ୍ୟାର ରୂପ ନେଇଛି ଗଭୀର ଅବପାତ। ତେବେ ତାମିଲନାଡୁରେ ଯେଉଁ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି ହଠାତ୍‌ ଏହାର ଦିଗ ବଦଳାଇଥିବା ସୂଚନା ମିଳିଛି । ଏହା ଘଣ୍ଟା ପ୍ରତି ୩ କିଲୋମିଟରରୁ ୧୦ କିଲୋମିଟର ବେଗରେ ଗତି କରୁଛି । ତେବେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଏହା ଏକ ଭୟଙ୍କର ଘୂର୍ଣ୍ଣିବଳୟ। ଏହା ଉତ୍ତର ଦିଗକୁ ଯିବାର ସମ୍ଭାବନା ଅଛି । ଏହା ୩୦ ତାରିଖରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଆଶା କରାଯାଉଛି ।

ବାତ୍ୟା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପ ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ। ଏଥିସହ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି।

ଠିକ ସେହିପରି ୩୦ ଓ ୧ତାରିଖରେ ମଧ୍ୟ କିଛି ଜିଲାରେ ହାଲକାରୁ ମଧ୍ୟମ ଧରଣରବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ପାଗ ମେଘୁଆ ରହିବା ସହିତ ଗୋଟିଏରୁ ଦୁଇଟି ସ୍ଥାନାରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ତା’ସହ ପାଗ ମେଘୁଆ ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri