ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି। ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଲେ ଟାର୍ଗେଟ ଏହାପରେ ତା’ର କାଉଣ୍ଟରରେ ଲୁଙ୍ଗି ପିନ୍ଧି ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବିଜେଡି ରାଜ୍ୟ ସଭା ଏମପି ସସ୍ମିତ ପାତ୍ର ଓ ମୁଖପାତ୍ର ସ୍ବୟଂ ପ୍ରକାଶ ମହାପାତ୍ର। ଦୁଇଜଣ ଏହି ସାମ୍ବାଦିକ ସମ୍ମିଳନୀ କରି ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କରିଛନ୍ତି। ଏବେ ଏହି ଲୁଙ୍ଗିକୁ ନେଇ ରାଜନୀତିରେ ମହାଭାରତ ସୃଷ୍ଟି ହୋଇଛି।

ମୁଖ୍ଯମନ୍ତ୍ରୀଙ୍କ ଯୋଡିଶଙ୍ଖ ଭିଡିଓ ପରେ ରାଜ୍ୟରେ ଲୁଙ୍ଗି ରାଜନୀତି ତେଜିବାରେ ଲାଗିଛି। ସୋମବାର ରାତିରେ ନିଜ ଇନଷ୍ଟା ଆକାଉଣ୍ଟରେ ମୁଖ୍ଯମନ୍ତ୍ରୀ ଏହି ଭିଡିଓ ଶେୟାର କରିଥିଲେ। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଲୁଙ୍ଗି ପିନ୍ଧି ଥିବାର ନଜର ଆସିଥିଲେ। ଯାହାକୁ କିଛି ସମୟ ଭିତରେ ଲକ୍ଷ ଲକ୍ଷ ଲୋକ ଦେଖିଥିଲେ। ଆଉ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗି ପିନ୍ଧିବା ଭିଡିଓକୁ ନେଇ କଡ଼ା ସମାଲୋଚନା କରିଥିଲେ ଧର୍ମେନ୍ଦ୍ର। ମଙ୍ଗଳବାର ଝାରସୁଗୁଡ଼ା ଲଇକରାର ଏକ ସଭାରେ ଯୋଗଦେଇ ସେ କହିଥିଲେ ଯେ, ଗତକାଲିର ଏକ ଭିଡିଓରେ ନବୀନ ବାବୁ ଲୁଙ୍ଗି ପିନ୍ଧି ଆସିଥିଲେ ଓ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହିଥିଲେ। ଲୁଙ୍ଗି ନ ପିନ୍ଧାଇ କୁର୍ତ୍ତା ପାଇଜାମା ପିନ୍ଧାଇ ଭିଡିଓ କରିଥିଲେ ଭଲ ହୋଇଥାନ୍ତା ବୋଲି କହି କଟାକ୍ଷ କରିଥିଲେ ଧର୍ମେନ୍ଦ୍ର। ଯାହାକୁ ମଙ୍ଗଳବାର ପ୍ରେସମିଟ୍ କରି କାଉଣ୍ଟର କରିଛି ବିଜେଡି।

ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, ‘ନବୀନ ପିନ୍ଧିଥିବା ଲୁଙ୍ଗି ସମ୍ବଲପୁରୀ ବୁଣାକାରମାନଙ୍କ ଦ୍ବାରା ପ୍ରସ୍ତୁତ। ଶହ ଶହ ବୁଣାକାର ଶ୍ରମ ଦେଇ ଏହି ଲୁଙ୍ଗି ପ୍ରସ୍ତୁତ କରିଥାନ୍ତି। ଏହା ଆମ ପରମ୍ପରା। ଗ୍ରାମାଞ୍ଚଳରେ ରହୁଥିବା ଲକ୍ଷ ଲକ୍ଷ ଓଡିଆ ଲୁଙ୍ଗି ପିନ୍ଧନ୍ତି। ତେଣୁ ମୁଖ୍ଯମନ୍ତ୍ରୀ ପିନ୍ଧିଥିବା ଲୁଙ୍ଗିକୁ ନୁହେଁ ବୁଣାକାରଙ୍କୁ ଅସମ୍ମାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେବଳ ସେତିକି ନୁହେଁ ସେ ସମ୍ବଲପୁରୀ ସଂସ୍କୃତିକୁ ମଧ୍ଯ ଆଘାତ ଦେଇଛନ୍ତି’। ତେଣୁ ସେ ରାଜ୍ଯର ବୁଣାକାରଙ୍କୁ କ୍ଷମା ମାଗନ୍ତୁ ବୋଲି ସସ୍ମିତ ଦାବି କରିଛନ୍ତି। ଏହାସହ ବିଜେଡି ମୁଖପାତ୍ର ସ୍ବଂୟପ୍ରକାଶ ମହାପାତ୍ର ମଧ୍ୟ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri